Posted inଖେଳ

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଆଗାମୀ ସିଜନ ପାଇଁ ୫୫ ବର୍ଷୀୟ ରାଠୋର ହେଉଛନ୍ତି ଏହି ଫ୍ରାଞ୍ଚାଇଜ୍‌ର ଦ୍ୱିତୀୟ ହାଇ ପ୍ରୋଫାଇଲ ନିଯୁକ୍ତି। ପୂର୍ବରୁ ସେମାନେ ରାହୁଲ ଡ୍ରାଭିଡଙ୍କୁ ସେମାନଙ୍କ ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ଦେଇ ସାରିଛନ୍ତି। ଡ୍ରାଭିଡଙ୍କ ଅଧୀନରେ ରାଠୋର ବ୍ୟାଟିଂ କୋଚ୍‌ ଭାବେ କାର୍ଯ୍ୟ କରିଛନ୍ତି। ଏହି ଦୁଇଜଣଙ୍କ ତତ୍ତ୍ୱାବଧାନରେ ରୋହିତ ଶର୍ମାଙ୍କ ଦଳ ଚଳିତବର୍ଷ ଟି୨୦ ବିଶ୍ୱକପ୍‌ ଜିତିପାରିଛି। ରାଠୋର ହେଉଛନ୍ତି ଜଣେ ପୋଖତ କ୍ରିକେଟ ପ୍ରଫେଶନାଲ। ରାହୁଲ ଡ୍ରାଭିଡ ମୁଖ୍ୟ କୋଚ୍‌ ଭାବେ ଦଳକୁ ପ୍ରତ୍ୟାବର୍ତ୍ତନ କରିବାର ଅଳ୍ପ କିଛି ଦିନ ପରେ ରାଠୋର ରୟାଲ୍ସ କୋଚିଂ ସେଟଅପ୍‌ରେ ଯୋଗଦେଇଛନ୍ତି। ରାଠୋର ତାଙ୍କ କ୍ୟାରିୟରରେ ୩୩ଟି ପ୍ରଥମ ଶ୍ରେଣୀ ଶତକ ହାସଲ କରିଛନ୍ତି। ସେ ୬ଟି ଟେଷ୍ଟ ମ୍ୟାଚ ଖେଳିବା ସହ ୭ ଅନ୍ତର୍ଜାତୀୟ ଦିନିକିଆ ଖେଳିଛନ୍ତି। ସେ ୨୦୧୯ରୁ ୨୦୨୩ ପର୍ଯ୍ୟନ୍ତ ଭାରତର ବ୍ୟାଟିଂ କୋଚ୍‌ ରହିଛନ୍ତି। ରିଷଭ ପନ୍ତ, ଶୁବମନ ଗିଲ୍‌ ଓ କେ.ଏଲ୍‌ ରାହୁଲଙ୍କ ଭଳି ଖେଳାଳିଙ୍କୁ ବିକଶିତ କରିବାରେ ତାଙ୍କର ବଡ଼ ଭୂମିକା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri