Posted inଜାତୀୟ

ସକାଳେ ମନ୍ତ୍ରୀ ପଦରୁ ଦେଇଥିଲେ ଇସ୍ତଫା, ସନ୍ଧ୍ୟାରେ କଲେ ପ୍ରତ୍ୟାହାର

ଶିମ୍‌ଲା,୨୮।୨: ହିମାଚଳ ପ୍ରଦେଶର ସୁଖବିନ୍ଦର ସିଂ ସୁଖୁ ସରକାରଙ୍କ ନଗର ଉନ୍ନୟନ ମନ୍ତ୍ରୀ ବିକ୍ରମଦିତ୍ୟ ସିଂ ବୁଧବାର ସକାଳେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ, କିନ୍ତୁ ସନ୍ଧ୍ୟାରେ ଦଳର ନେତା ତଥା ପର୍ଯ୍ୟବେକ୍ଷକଙ୍କ ବୈଠକ ପରେ ସେ ଇସ୍ତଫା ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସକାଳେ ବିଧାନସଭା ପରିସରରେ ଏକ ସାମ୍ବାଦିକ ସମ୍ମିଳନୀରେ ସେ କାନ୍ଦି କାନ୍ଦି ଇସ୍ତଫା ଘୋଷଣା କରିଥିଲେ। ସେ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ନିକଟରେ ଦାଖଲ କରୁଛନ୍ତି ବୋଲି କହିଥିଲେ। କିନ୍ତୁ ସନ୍ଧ୍ୟାରେ ୟୁ-ଟର୍ନ ନେଇଥିଲେ। ଇସ୍ତଫା ସତ୍ତ୍ୱେ ସେ ଦଳରେ ରହିବେ ଏବଂ ତାଙ୍କ ସମର୍ଥକ ତଥା ଶୁଭେଚ୍ଛୁମାନଙ୍କ ସହ ପରାମର୍ଶ କରି ଭବିଷ୍ୟତ ରାଜନୀତି ସ୍ଥିର କରିବେ ବୋଲି ସେ କହିଛନ୍ତି। ଇସ୍ତଫା ଘୋଷଣା କରିବା ପୂର୍ବରୁ ବିକ୍ରମଦିତ୍ୟ ସିଂ ନିଜ ସରକାରକୁ କାଠଗଡାରେ ରଖିଥିଲେ ଏବଂ ଅନେକ ଗୁରୁତର ଅଭିଯୋଗ କରିଥିଲେ। ସେ କହିଥିଲେ, ଯେତେବେଳେ ସେ ମନ୍ତ୍ରୀ ଥିଲେ ମଧ୍ୟ ତାଙ୍କୁ ଅନେକ ଥର ଅପମାନିତ କରିବାକୁ ଚେଷ୍ଟା କରାଯାଇଥିଲା ଏବଂ ଭିତ୍ତି ପ୍ରସ୍ତର ଫଳକ ଭାଙ୍ଗି ଯାଇଥିଲା। ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ତାଙ୍କ ବିଭାଗରେ ଅଯଥା ହସ୍ତକ୍ଷେପ କରି ତାଙ୍କୁ ହଇରାଣ କରିବାକୁ ଚେଷ୍ଟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri