ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୦ (ଅନିଲ ଦାସ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ ଓ ଗାଁ। ଭୁବନେଶ୍ବରରୁ ଭିଡିଓ କନ୍‌ଫରେନ୍ସ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଓ ଭଦ୍ରକ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ୬୭୯୪ ପଞ୍ଚାୟତ ସାମିଲ ହେବ ଏବଂ ୯୦,୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏଥିପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସମ୍ପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟସ୍ଥଳୀଗୁଡ଼ିକର ସଂରକ୍ଷଣ କରାଯିବ। ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟସ୍ଥଳୀଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟର ସମସ୍ତ ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। ଓ୍ବାର୍କସ ହବ୍‌ ସହ ବ୍ୟାଙ୍କିଙ୍ଗ୍‌ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ସାମିଲ ହେବ। ଏହା ଯୁବଗୋଷ୍ଠୀ, ମହିଳା, ଚାଷୀ ଓ ଛାତ୍ରୀଛାତ୍ରଙ୍କ ପାଇଁ ଅମାପ ସୁଯୋଗ ଆଣିବ। ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡ଼ିଶାର ପରିଚୟକୁ ଆହୁରି ଉଜ୍ଜ୍ୱଳ କରିବ। ଏହି ନୂଆ ଓଡ଼ିଶାରେ ଭିତ୍ତିଭୂମି ସୁଦୃଢ଼ ସହ ଆକାଂକ୍ଷୀ ଓଡ଼ିଶା ପରିକଳ୍ପନା ସାକାର ରୂପ ପାଇବ। ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲାର ୬ଟି ନିର୍ବାଚନମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବାବେଳେ, ଭଦ୍ରକ ଜିଲାର ୫ଟି ନିର୍ବାଚନମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲାର ନିର୍ବାଚନମଣ୍ଡଳୀର ବିଧାୟକ, ଜିଲା ପରିଷଦ ସଭାପତି, ଜିଲା ପରିଷଦ ସଦସ୍ୟ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଭର୍ଚୁଆଲ ମାଧ୍ୟମରେ ଆଲୋଚନାରେ ଭାଗନେଇ ଗାଁ ଗାଁରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ହସ ଫୁଟିଛି ବୋଲି ସେମାନେ କହିଛନ୍ତି। ଏଥିସହିତ ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲାସ୍ତରରେ ବିକାଶ ତ୍ୱରାନ୍ବିତ ହେବା ସହିତ ଅନେକ ଦିନରୁ ପଡ଼ିରହିଥିବା ସମସ୍ୟାଗୁଡ଼ିକ ମଧ୍ୟ ଦୂର ହୋଇଛି ବୋଲି କହିଛନ୍ତି। ଆଲୋଚନାରେ ଭାଗନେଇ ୫-ଟି ସଚିବ ପାଣ୍ଡିଆନ କହିଛନ୍ତି, ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର। ଓଡ଼ିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସମ୍ପର୍କରେ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମ ଶେଷରେ ଉଭୟ ଜିଲାର ଜିଲାପାଳ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri