ବୁଥ ନ ହେବାରୁ ଭୋଟ ଦେଲେନି ଗ୍ରାମବାସୀ

କୋକସରା,୧୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସୋମବାର ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ପାଇଁ ମତଦାନ ପ୍ରକିୟା ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମତଦାନ ହୋଇଥିବା ବେଳେ ଗାଁରେ ମତଦାନ କେନ୍ଦ୍ର କରିବାକୁ ଦାବି କରି ଭୋଟ ବର୍ଜନ କରିଛନ୍ତି କୋକସରା ବ୍ଲକ ଗମ୍ଭାରୀଗୁଡା ପଞ୍ଚାୟତ ସିର୍ଲିଗୁଡା ଗ୍ରାମବାସୀ।

ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିର୍ଲିଗୁଡା ୧ ନମ୍ବର ୱାର୍ଡ଼ରେ ୩୦୬ ଭୋଟର ଅଛନ୍ତି। ହେଲେ ମୌଳିକ ଅଧିକାର କ୍ଷୁଣ୍ଣ ହୋଇଥିବା ଅଭିଯୋଗ କରି ଭୋଟ ବଜର୍ର୍ନ କରିଛନ୍ତି ସିର୍ଲିଗୁଡା ଗ୍ରାମବାସୀ।

ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ପୂର୍ବରୁ ସେମାନେ ଗାଁଠାରୁ ୮ କି.ମି ଦୂରରେ ଥିବା ବଙ୍ଗୋମୁଣ୍ଡା ପ୍ରାଥମିକ ବିଦ୍ୟାଳୟକୁ ଯାଇ ଭୋଟ ଦେଉଥିଲେ। ତେବେ ସିର୍ଲିଗୁଡା ଏକ ରାଜସ୍ବ ଗ୍ରାମ ହୋଇଥିବା ବେଳେ ଗାଁରେ ଏକ ବୁଥ କରିବାକୁ ଗ୍ରାମବାସୀ ଦାବି କରି ଆସୁଥିଲେ। ହେଲେ ପ୍ରଶାସନ ପକ୍ଷରୁ ଚଳିତ ନିର୍ବାଚନରେ ସିର୍ଲିଗୁଡା ରାଜସ୍ବ ଗ୍ରାମ ଅଧୀନରେ ଥିବା ଅଁଳାଗୁଡା ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର କରିଥିବା ଜାଣିବା ପରେ ଗ୍ରାମବାସୀ ଏହାକୁ ବିରୋଧ କରି ଗାଁରେ ବୁଥ କରିବାକୁ ପୁଣି ଦାବି କରିଥିଲେ।

ଏପରିକି ଗତମାସରେ ଧର୍ମଗଡ଼ ଉପଜିଲାପାଳ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ବୈଠକ ହୋଇଥିଲା। ହେଲେ କୌଣସି ସମାଧାନ ହୋଇ ନ ଥିଲା। ଏଭଳି ସ୍ଥିତିରେ ‘ନୋ ବୁଥ ନୋ ଭୋଟ’ ଦାବିରେ ଗ୍ରାମବାସୀ ସୋମବାର ଭୋଟ ବର୍ଜନ କରିଛନ୍ତି।

ଭୋଟ ବର୍ଜନ ଖବର ପାଇ ଭୋଟରଙ୍କୁ ମତଦାନ କରିବା ପାଇଁ କୋକସରା ତହସିଲଦାର ନବୀନ କିଶୋର ପାଢ଼ୀ ଗାଁରେ ପହଞ୍ଚି ଆଗାମୀ ସମୟରେ ମତଦାନ କେନ୍ଦ୍ର କରାଯିବା ନେଇ ପ୍ରତିଶ୍ରୁତି ଦେବା ସହ ବସ୍‌ ଯୋଗେ ବୁଥକୁ ଯାଇ ଭୋଟ ଦେବାକୁ ଅନୁରୋଧ କରିଥିଲେ। ତେବେ ଗ୍ରାମବାସୀ ନିଜ ଜିଦରେ ଅଟଳ ରହି ମତଦାନ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri