ଶିକ୍ଷୟିତ୍ରୀଙ୍କ ଡେପୁଟେଶନକୁ ନେଇ ତାତିଗଲେ ଗ୍ରାମବାସୀ: ଆଉ ତା’ପରେ …

ତୁଣ୍ଡଲା,୨୭ା୯(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ପଞ୍ଚାୟତ ତାଲଭଅଁରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେଶନରେ ଅନ୍ୟ ବିଦ୍ୟାଳୟକୁ ପଠାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର ସ୍କୁଲ ପରିଚାଳନା କମିଟି ସଭାପତି ସୁବାସ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ଅଭିଭାବକ ତଥା ଗ୍ରାମବାସୀ ବିଦ୍ୟାଳୟ ମୁଖ୍ୟଗେଟରେ ତାଲା ପକାଇ ଧାରଣା ଦେଇଥିଲେ।

ବିଦ୍ୟାଳୟରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ୬୮ଜଣ ଓ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୦ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ୩୦ ଛାତ୍ରୀଛାତ୍ରଙ୍କ ପାଇଁ ଜଣେ ଲେଖାଏ ଶିକ୍ଷକ ନିଯୁକ୍ତି ଦେବାର ନିୟମ ରହିଛି। ତଦନୁଯାୟୀ ୧୦୮ ଛାତ୍ରୀଛାତ୍ରଙ୍କ ପାଇଁ ୪ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ହେଲେ ଏଥିମଧ୍ୟରୁ ଜଣେ ଶିକ୍ଷୟିତ୍ରୀଙ୍କୁ ନିକଟସ୍ଥ ବେଲଖଣ୍ଡି ପ୍ରାଥମିକ ବିଦ୍ୟାଳୟକୁ ଡେପୁଟେଶନରେ ପଠାଯାଇଛି। ଏହାକୁ ନେଇ ବିଦ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା।

ଏଥିରେ ବିଦ୍ୟାଳୟ କମିଟି ସଦସ୍ୟ ମାର୍କଣ୍ଡ ଭୋଇ, କୈଳାଶ ସିଂ, ଡୁଲ ଭୋଇ, ତରୁଲତା ନାଗ, ପୁଷ୍ପାଞ୍ଜଳି ଭୋଇଙ୍କ ସମେତ ଅଭିଭାବକମାନେ ସାମିଲ ହୋଇଥିଲେ। ପରିଚାଳନା କମିଟି ସଭାପତି ସାହୁ ଏ ନେଇ କେସିଙ୍ଗା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଆସନ୍ତା ମାସ ୬ ତାରିଖ ଭିତରେ ପୁଣି ଥରେ ଶିକ୍ଷୟିତ୍ରୀଙ୍କୁ ସେହି ବିଦ୍ୟାଳୟକୁ ଫେରାଇ ଅଣାଯିବ ଏବଂ ଆଉ ଜଣେ ନୂତନ ଶିକ୍ଷକ ଦେବା ପାଇଁ ପ୍ରତିଶ୍ରୁତି ଦେଲା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

ପ୍ରଥମ ଥର ଶକ୍ତିଶାଳୀ ଲେଜର୍ ବେସଡ୍ ଓ୍ୱିପନ୍ ପ୍ରଦର୍ଶନ କଲା ଭାରତ, ଚମକି ପଡ଼ିଲା ବିଶ୍ୱ

ନୂଆଦିଲ୍ଲୀ,୧୩।୪: ଭାରତ ପ୍ରଥମ ଥର ପାଇଁ ଏକ ଡ୍ରୋନକୁ ଖସାଇ ଦେବା ପାଇଁ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍ ବ୍ୟବହାର କରି ଏକ ଭବିଷ୍ୟତରେ ଆବଶ୍ୟକ ଅସ୍ତ୍ରର...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ...

ପମ୍ପ ପୁନଃଉଦ୍ଧାର କାର୍ଯ୍ୟରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ଛତ୍ରପୁର,୧୩ା୪(ଦିଲ୍ଲୀପ ସାମଲ): ନିମ୍ନମାନର କାମ ସହ ଆର୍ଜବେଷ୍ଟ ଉପରେ ସିମେଣ୍ଟ ପକାଇ ସରକାରୀ ଅର୍ଥକୁ ହରିଲୁଟ କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଦେଖିବାକୁ ମିଳିଛି...

ଚାଲାଣ ହେଉଥିଲା ଖଇରକାଠ: ମାଡ଼ି ବସିଲା ବନ ବିଭାଗ

ପଦ୍ମପୁର,୧୩ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବନ ବିଭାଗ ପକ୍ଷରୁ ଏକ ଖଇରକାଠ ବୋଝଇ ବୋଲେରୋ ପିକଅପ(ଓଡି ୩୧ -୬୩୩୬ ) ଜବତ କରାଯାଇଛି। ବୋଲେରୋରେ...

ସମୁଦ୍ରମୁହାଁ ଅଲିଭରିଡଲେ ଶାବକ ଦେଖିଲେ ରାଜ୍ୟପାଳ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ ):ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସି ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତଦାରଖ କରିଥିଲେ। ଏହି...

ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image