ଭାଙ୍ଗିଗଲା ଲକ୍ଷଲକ୍ଷ ପ୍ରଶଂସକଙ୍କ ହୃଦୟ, ଭିନେଶ ଫୋଗଟ ଡିସ୍‌କ୍ୱାଲିଫାଏଡ ଘୋଷିତ

ପ୍ୟାରିସ,୭।୮: ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ଲାଗିଲା ବଡ଼ ଝଟକା। ଫାଇନାଲ ପୂର୍ବରୁ ଭିନେଶ ଫୋଗଟ ଡିସ୍‌କ୍ୱାଲିଫାଏଡ ଘୋଷିତ ହୋଇଛନ୍ତି। ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ତାଙ୍କୁ ଡିସ୍‌କ୍ୱାଲିଫାଏଡ ଘୋଷଣା କରାଯାଇଛି। ୫୦ କେଜିଠାରୁ ଭିନେଶ ମାତ୍ର କିଛି ଗ୍ରାମ ଅଧିକ ଓଜନର ହୋଇଥିବା ସୂଚନା ମିଳିଛି।

ସମଗ୍ର ଦେଶ ଭିନେଶଙ୍କଠାରୁ ସ୍ବର୍ଣ୍ଣ ପଦକ ଆଶା କରୁଥିଲା ଏବଂ ସେ ଆଜି ରାତିରେ ତାଙ୍କ ସ୍ବର୍ଣ୍ଣ ମ୍ୟାଚ ଖେଳିବାକୁ ଯାଉଥିଲେ, କିନ୍ତୁ ବର୍ତ୍ତମାନ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି। ୫୦ କିଲୋଗ୍ରାମରୁ ଅଧିକ ଥିବାରୁ ଫୋଗଟ ଡିସ୍‌କ୍ୱାଲିଫାଏଡ ହୋଇଛନ୍ତି। କୁହାଯାଉଛି ଯେ ତାଙ୍କ ଓଜନ ୧୦୦ ଗ୍ରାମ ଅଧିକ ଥିଲା। ତେଣୁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି।

ପ୍ରତିଯୋଗିତାର ନିୟମ ଅନୁଯାୟୀ, ଭିନେଶ ରୌପ୍ୟ ପଦକ ପାଇଁ ମଧ୍ୟ ଯୋଗ୍ୟ ହେବେ ନାହିଁ। ଏବେ କେବଳ ୫୦ କିଲୋଗ୍ରାମରେ ସ୍ବର୍ଣ୍ଣ ଏବଂ ବ୍ରୋଞ୍ଜ ପଦକ ବିଜେତାମାନେ ହିଁ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ...

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ସାଣ୍ଟନର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍‌ଦବା ଜାରି

ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri