ଭାରତ ଫେରିଲେ ଭିନେଶ, ବିମାନବନ୍ଦରରେ ହେଲା ଭବ୍ୟ ସ୍ବାଗତ, ଇମୋଶନାଲ ହୋଇଗଲେ ରେସଲର, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୭।୮: ଭାରତୀୟ ରେସଲର ଭିନେଶ ଫୋଗଟ ପ୍ୟାରିସରୁ ଭାରତ ଫେରିଛନ୍ତି। ତାଙ୍କୁ ଶନିବାର ସକାଳେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା, ଯେଉଁଠାରେ ଭାରତର ଅଲିମ୍ପିକ ପଦକ ବିଜେତା ବଜରଙ୍ଗ ପୁନିଆ ଏବଂ ସାକ୍ଷୀ ମଲିକ ମଧ୍ୟ ଉପସ୍ଥିତ ଥିଲେ। ବିମାନବନ୍ଦରରେ ଧୂମଧାମରେ ଭିନେଶଙ୍କୁ ସ୍ବାଗତ କରାଯାଇଛି।

ବିମାନବନ୍ଦରରୁ ବାହାରିବା ପରେ ବଜରଙ୍ଗ ପୁନିଆ ଏବଂ ସାକ୍ଷି ମଲିକ ତାଙ୍କ ସହ କଥା ହୋଇ ତାଙ୍କୁ ସାନ୍ତ୍ୱନା ଦେଇଥିଲେ। ଭିନେଶଙ୍କୁ ହୁଏତ ରୌପ୍ୟ କିମ୍ବା ସ୍ବର୍ଣ୍ଣ ପଦକ ମିଳିନଥିଲା, କିନ୍ତୁ CASରେ ଶୁଣାଣି ସମୟରେ ସମଗ୍ର ଦେଶ ତାଙ୍କ ସହ ଛିଡା ହୋଇଥିଲା। ବର୍ତ୍ତମାନ ସ୍ବର୍ଣ୍ଣ ପଦକ ବିଜେତାଙ୍କ ପରି ଭିନେଶଙ୍କୁ ବିମାନବନ୍ଦରରେ ସ୍ବାଗତ କରାଯାଇଛି।

ଯେତେବେଳେ ଭିନେଶ ବିମାନବନ୍ଦରରେ ପହଞ୍ଚିଲେ, ସେତେବେଳେ ସେ ଦେଶବାସୀଙ୍କ ପ୍ରେମ ପାଇବା ପରେ ଭାବପ୍ରବଣ ହୋଇଯାଇଥିଲେ। ଭିିନେଶ ସମଗ୍ର ଭାରତ ପାଇଁ ପ୍ରେରଣା ପାଲଟିଛନ୍ତି। ସେ ପ୍ରଥମ ଭାରତୀୟ ମହିଳା ରେସଲର ହୋଇ ଅଲିମ୍ପିକ୍ସରେ ଏକ କୁସ୍ତି ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଥିଲେ। ଦୁର୍ଭାଗ୍ୟବଶତଃ, ଫାଇନାଲ ମ୍ୟାଚ ପୂର୍ବରୁ ତାଙ୍କ ଓଜନ ନିର୍ଦ୍ଧାରିତ ମାନଠାରୁ ୧୦୦୦ଗ୍ରାମ ଅଧିକ ହେତୁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗୁଳିରେ ବଳାତ୍କାର ଅଭିଯୁକ୍ତଙ୍କ ମୃତ୍ୟୁ

ମୁମ୍ବାଇ,୨୩ା୯:ମହାରାଷ୍ଟ୍ରର ବଦଲାପୁରର ଏକ ନର୍ସରୀ ସ୍କୁଲରେ ଦୁଇ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୁକ୍ତ ସୋମବାର ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଅଭିଯୁକ୍ତ ଅକ୍ଷୟ ସିନ୍ଧେଙ୍କୁ ତାଲୋଜା...

ଆଣ୍ଟିବାୟୋଟିକ୍‌ରେ ଭଲ ହେଉନି ଟାଇଫଏଡ୍‌, ନିମୋନିଆ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩ା୯: ମୁତ୍ରନଳୀରେ ସଂକ୍ରମଣ (ୟୁଟିଆଇ), ରକ୍ତ ସଂକ୍ରମଣ, ନିମୋନିଆ, ଟାଇଫଏଡ୍‌ ଭଳି କେତେକ ରୋଗ ସାଧାରଣ ଆଣ୍ଟିବାୟୋଟିକ୍‌ରେ ଆଉ ଭଲ ହେଉନାହିଁ। ଏହି ରୋଗ ସୃଷ୍ଟି...

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ...

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି...

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ...

ପୁଣି ହୃଦୟ ଜିତିଲେ ଧୋନୀ: ଚେନ୍ନାଇ ସୁପର କିଙ୍ଗ୍ସଠାରୁ ନେବେ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ନାହାନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ...

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ...

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri