Posted inଖେଳ

ଭାରତ କୁସ୍ତି ମହାସଂଘ ବିବାଦ ମଧ୍ୟରେ ଖେଳରତ୍ନ, ଅର୍ଜୁନ ପୁରସ୍କାର ଫେରାଇଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ, ୨୬ା୧୨: ବିବାଦ ଘେରରେ ରହିଥିବା ଏମ୍‌ପି ତଥା ଭାରତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ର ପୂର୍ବତନ ସଭାପତି ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କ ଅନୁଗତ ସଞ୍ଜୟ ସିଂ ମହାସଂଘର ସଭାପତି ଭାବେ ନିର୍ବାଚିତ ହେବାପରେ ବିବାଦ କ୍ରମେ ଘନେଇବାରେ ଲାଗିଛି। ଏହାକୁ ବିରୋଧ କରି ବିଶ୍ୱ ଚାମ୍ପିୟନଶିପ୍‌ ପଦକ ବିଜେତା ଭିନେଶ ଫୋଗଟ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଚିଠି ଲେଖି ସରକାରଙ୍କୁ ତାଙ୍କ ଖେଳରନତ୍ ଓ ଅର୍ଜୁନ ପୁରସ୍କାର ଫେରାଇ ଦେଇଛନ୍ତି। ଅଲିମ୍ପିକ ପଦକ ବିଜେତା ବଜରଙ୍ଗ ପୁନିଆ ଓ ବଧିର ଅଲିମ୍ପିକ୍ସ ଚାମ୍ପିୟନ ବୀରେନ୍ଦର ସିଂ ଯାଦବ ସେମାନଙ୍କ ପଦ୍ମଶ୍ରୀ ପୁରସ୍କାର ଫେରସ୍ତ କରିବା ପରେ ଏବେ ଭିନେଶ ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ‘ଏକ୍ସ’ (ପୂର୍ବରୁ ଟୁଇଟର) ଆକାଉଣ୍ଟରେ ପୋଷ୍ଟ କରିଥିବା ଏହି ଚିଠି ଜରିଆରେ ଖେଳରନତ୍ ଓ ଅର୍ଜୁନ ପୁରସ୍କାର ଫେରାଇ ଦେଇଥିବା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

ତେଜସ୍ବୀଙ୍କ ଅଧିନାୟିକତ୍ୱରେ ଖେଳିଛନ୍ତି ବିରାଟ କୋହଲି, ଓଡ଼ିଶା ବିପକ୍ଷରେ…ଜାଣନ୍ତୁ

ନୂଆଦିଲ୍ଲୀ,୧୮।୯: ଭାରତୀୟ ରାଜନେତା ତେଜସ୍ବୀ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ଟିମ ଇଣ୍ଡିଆର ବର୍ତ୍ତମାନର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି...

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ...

ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…

ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର...

ଟ୍ରକ୍‌ ଡ୍ରାଇଭରଙ୍କ କଲର୍‌ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା...

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri