ସରକାରଙ୍କ ବଡ଼ ଘୋଷଣା, ରୋପ୍ୟ ପଦକ ବିଜେତା ଭଳି ସମ୍ମାନ ଓ ସୁବିଧା ପାଇବେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୮।୮: ପ୍ୟାରିସ ଅଲିମ୍ପିକ୍ସରେ ଅଯୋଗ୍ୟ ହେବା ପରେ ଭାରତୀୟ ମହିଳା ରେସଲର ଭିନେଶ ଫୋଗେଟ କୁସ୍ତିରୁ ସନ୍ୟାସ ଘୋଷଣା କରିଛନ୍ତି। ସେପଟେ ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ଏକ ବଡ଼ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଭିନେଶଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଆମ ହରିୟାଣାର ସାହାସୀ ଝିଅ ଭିନେଶ ଫୋଗଟ ଅଲିମ୍ପିକ୍ସରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ସେ ଫାଇନାଲରେ ପ୍ରବେଶ କରିଥିଲେ ହେଲେ କିଛି କାରଣ ଯୋଗୁଁ ସେ ଏଥିରୁ ବାଦ୍‌ ପଡିଲେ। ଏସବୁ ପରେ ମଧ୍ୟ ସେ ଜଣେ ଚାମ୍ପିୟନ ଅଟନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଆମ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଭିନେଶ ଫୋଗଟଙ୍କୁ ପଦକ ବିଜେତା ଭଳି ସ୍ବାଗତ ଓ ସମ୍ମାନିତ କରାଯିବ। ଅଲିମ୍ପିକରେ ରୋପ୍ୟ ପଦକ ବିଜେତା ଭଳି ଭିନେଶ ହରିୟାଣା ସରକାରଙ୍କ ଠାରୁ ସମସ୍ତ ସମ୍ମାନ, ପୁରସ୍କାର ଏବଂ ସୁବିଧା ପାଇବେ। ଆମେ ତୁମକୁ କୃତଜ୍ଞତା ଜଣାଉଛୁ। ତୁମ ପାଇଁ ଆମେ ଗର୍ବିତ!

ସୂଚନାଯୋଗ୍ୟ, ପ୍ୟାରିସ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ଖେଳାଳିଙ୍କୁ ହରିୟାଣା ସରକାର ୬ କୋଟି ଟଙ୍କା, ରୋପ୍ୟ ପଦକ ବିଜେତାଙ୍କୁ ୪ କୋଟି, ବ୍ରୋଞ୍ଜ ପଦକ ବିଜେତାଙ୍କୁ ୪ କୋଟି ପ୍ରଦାନ କରନ୍ତି। ଏହା ବ୍ୟତୀତ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ମଧ୍ୟ ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର କହଛନ୍ତି। ଏହା ସହିତ ପଦକ ଅନୁଯାୟୀ ଗ୍ରୁପ ଏ, ଗ୍ରୁପ ବି କିମ୍ବା ଗ୍ରୁପ ସି ସରକାରୀ ଚାକିରି ମଧ୍ୟ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କୋଚ୍‌ଙ୍କ ସ୍ଥାନ ନେବେ ପାର୍ଥିବ ପଟେଲ, ହେବେ ଏହି ଦଳର ବ୍ୟାଟିଂ କୋଚ୍‌…

ନୂଆଦିଲ୍ଲୀ,୨୨।୧୦: ପୂର୍ବତନ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସେ ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନର...

ପନ୍ତଙ୍କୁ ନିଜର ‘ଗୁରୁ’ ମାନିଲେ ଶାମି, ଦେଲେ ବଡ଼ ବୟାନ 

ନୂଆଦିଲ୍ଲୀ,୨୨।୧୦: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମୀ ବର୍ତ୍ତମାନ ଆହତ ସମସ୍ୟାକୁ ନେଇ ଏନ୍‌ସିଏରେ ଅଛନ୍ତି। ଦିନିକିଆ ବିଶ୍ୱକପ୍‌ ୨୦୨୩ ପରେ ସେ ମଇଦାନକୁ...

ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ

ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ...

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ...

ଧମକ ମିଳୁଥିବାରୁ ସଲମାନଙ୍କ ମେଣ୍ଟାଲ ହେଲଥ ଉପରେ ପଡୁଛି ପ୍ରଭାବ! ସୁଟିଂ କ୍ୟାନସେଲ

ମୁମ୍ବାଇ,୨୨।୧୦: ଏନସିପି ନେତା ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ସଲମାନ ଖାନଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ମିଳୁଛି, ଯେଉଁଥିପାଇଁ ଆଜିକାଲି ସୁପରଷ୍ଟାର ବହୁତ ଚାପରେ...

ଭାରତ-ଚାଇନା ଝଗଡା ଶେଷ, ରୁଷିଆ ସାଥିରେ ଆସିଲେ ପଶ୍ଚିମ ଦେଶର ଦାଦାଗିରି ଶେଷ!

ନୂଆଦିଲ୍ଲୀ,୨୨।୧୦: ଦୀର୍ଘ ୪ ବର୍ଷ ଧରି ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ଉତ୍ତେଜନା ବର୍ତ୍ତମାନ ଶାନ୍ତି ଆଡକୁ ଗତି କରୁଛି। ୨୦୨୦ରେ ଏଲଏସିର ପାଟ୍ରୋଲିଂ...

ଭାରତକୁ ବଡ଼ ଝଟ୍‌କା: କମନୱେଲଥ ଗେମ୍ସରୁ ଏହି ୫ ଖେଳକୁ ଦିଆଗଲା ବାଦ୍‌

ଗ୍ଲାସ୍‌ଗୋ,୨୨ା୧୦: କମନୱେଲଥ ଗେମ୍ସରେ ଭାରତର ପଦକ ସମ୍ଭାବନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଆୟୋଜକ ସହର ଗ୍ଲାସ୍‌ଗୋ ୨୦୨୬ ସଂସ୍କରଣରୁ କ୍ରିକେଟ, ହକି, ବ୍ୟାଡମିଣ୍ଟନ, ରେସଲିଂ...

ପୃଥ୍ବୀ ଶ’ଙ୍କୁ ବଡ଼ ଦଣ୍ଡ ଦେଲା ବିସିସିଆଇ, ଦଳରୁ ବିଦା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୨।୧୦: ସମୟ ଥିଲା ମୁମ୍ବାଇର ଷ୍ଟାର ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ଙ୍କ ଠାରେ ସଚିନ ତେନ୍ଦୁଲକରଙ୍କ ଝଲକ ଦେଖିବାକୁ ମିଳିଥିଲା। ଶ’ ଖୁବ କମ ବୟସରେ ଅନ୍ତର୍ଜାତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri