Posted inଫୁରସତ

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ ତେବେ ବାପାଙ୍କ ଛାତି ଚୌଡ଼ା ହେବା ସ୍ବାଭାବିକ। କିଛିଦିନ ତଳେ ୟୁପିଏସ୍‌ସି ପରୀକ୍ଷାଫଳ ବାହାରିଥିଲା। ଏଥିରେ ବୁଲନ୍ଦ ସହରର ପବନ କୁମାରଙ୍କ ଘରର ଭିଡିଓ ଭାଇରାଲ ହୋଇଥିଲା। ଭଙ୍ଗାଦଦରା ଘରେ ରହୁଥିବା ଏହି ଯୁବକ ୟୁପିଏସ୍‌ସି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ।

ଏହି କ୍ରମରେ ସୋସିଆଲ ମିଡିଆରେ ଅନ୍ୟ ଜଣେ ୟୁପିଏସ୍‌ସିରେ ଉର୍ତ୍ତୀର୍ଣ୍ଣ ହୋଇଥିବା ପୁଅଙ୍କ ଭିଡିଓ ସାମ୍ନାକୁ ଆସିଛି। କ୍ଷିତିଜ୍‌ ଗୁରଭେଲେ ନାମକ ଜଣେ ଛାତ୍ର ସଫଳତା ପାଇଥିବା ନେଇ ଜାଣିବା ପରେ ବାପାଙ୍କୁ ଖୁସିଖବର ଦେବାକୁ ତାଙ୍କ ଅଫିସରେ ପହଞ୍ଚିଥିଲେ। ସେତେବେଳେ ତାଙ୍କ ବାପା ସହକର୍ମୀଙ୍କ ସହ ବସି ଖାଇବା ଖାଉଥିଲେ। କ୍ଷିିତିଜ୍‌ଙ୍କୁ ଦେଖି ସେ ଚମକି ପଡ଼ିଥିଲେ। ପରେ କ’ଣ ହେଲା ବୋଲି ପଚାରିଥିଲେ। ଏହାପରେ କ୍ଷିତିଜ୍‌ ବାପାଙ୍କୁ କୁହନ୍ତି‘ ଯେତେବେଳେ ବଡ଼ ଅଫିସର ଆସନ୍ତି ଉଠିଯିବା କଥା’। ଏହା ଶୁଣି ବାପା ସେ ଉର୍ତ୍ତୀର୍ଣ୍ଣ ହୋଇଥିବା ଠଉରାଇପାରନ୍ତି। ସେ ଉଠିଯାଇ ପୁଅଙ୍କୁ କୁଣ୍ଡାଇ ପକାନ୍ତି। ଏହାର ଭିଡିଓ ଭାଇରାଲ ହେଉଛି। କ୍ଷିତିଜ୍‌ ନିଜର ଇନଷ୍ଟାଗ୍ରାମରେ ଏହି ଭିଡିଓକୁ ଶେୟାର କରିଛନ୍ତି। ଭିଡିଓରେ ଲୋକେ ଭଳିକି ଭଳି ପ୍ରତିକ୍ରିୟା ଦେଉଥିବା ବେଳେ ବାପାଟିଏ ସନ୍ତାନର ଖୁସିର ସ୍ବପ୍ନ ଦେଖିଥାଏ ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଚିହ୍ନିବାରେ କରିଛନ୍ତି କି ବଡ଼ ଭୁଲ? ପଶ୍ଚାତାପ କରୁଥିଲେ ଜାଣନ୍ତୁ ଚାଣକ୍ୟଙ୍କ ଏହି ୪କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହେଲେ ହେଁ ଯିଏ ତାହା କରିପାରିଛନ୍ତି ଜୀବନ ସୁଖମୟ...

୧୦ ବର୍ଷ ଧରି ୫୦ ଲୋକଙ୍କ ଦ୍ୱାରା ସ୍ତ୍ରୀଙ୍କୁ ବଳାତ୍କାର କରାଉଥିଲେ ସ୍ବାମୀ, କୋର୍ଟରେ ଦୁଃଖ ବଖାଣିଲେ ମହିଳା

ସ୍ବାମୀ (ବର୍ତ୍ତମାନ ପୂର୍ବତନ)ଙ୍କ ଦ୍ୱାରା ଅଚେତ ଅବସ୍ଥାରେ ଡ୍ରଗ୍ସ ଦେଇ ପ୍ରାୟ ଏକ ଦଶନ୍ଧି ଧରି ବଳାତ୍କାରର ଶିକାର ହୋଇଥିବା ମହିଳା ଜିସେଲେ ପେଲିକାଟ, ଗୁରୁବାର...

କ’ଣ ଅଫିସ୍‌ରେ ବାରମ୍ବାର ‘ସୁଟା ବ୍ରେକ୍‌’ ନେବା ଦ୍ୱାରା ଷ୍ଟ୍ରେସ୍‌ କମିଥାଏ? ଜାଣନ୍ତୁ ଏହା ପଛର ସତ?

ନୂଆଦିଲ୍ଲୀ,୫।୯: ସିଗାରେଟ୍‌ ଟାଣିବାର ସୌକିନ ରଖିଥିବା ଲୋକ ଅଧିକ ଷ୍ଟ୍ରେସରେ ଥିଲେ ଅଧିକ ଧ୍ରୁମପାନ କରିଥାନ୍ତି। ସେମାନେ ବିଶ୍ୱାସ କରନ୍ତି କି, ସିଗାରେଟ୍‌ ଏକ ଷ୍ଟ୍ରେସ୍‌...

ମାଛ ମଡ଼କ ଯୋଗୁ ଏମର୍ଜେନ୍ସି

ଏଥେନ୍ସ:ଗ୍ରୀସ୍‌ର ଭୋଲୋସ ସହର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ହ୍ରଦ, ନଦୀ ଓ ବିଭିନ୍ନ ଜଳାଶୟଗୁଡ଼ିକରେ ଲକ୍ଷାଧିକ ମୃତ ମାଛ ପଡ଼ି ରହିଛନ୍ତି। ଏତେ...

ବିଶ୍ୱର ସବୁଠୁ ବୟସ୍କ କୁମ୍ଭୀର

ପ୍ରିଟୋରିଆ: ପୃଥିବୀର ସର୍ବ ପୁରାତନ ଜୀବଜନ୍ତୁମାନଙ୍କ ମଧ୍ୟରେ କୁମ୍ଭୀର ଅନ୍ୟତମ। ପ୍ରାୟତଃ ବିପଜ୍ଜନକ ଶିକାରୀ ଭାବେ କୁମ୍ଭୀର ଅନ୍ୟ ପ୍ରାଣୀମାନଙ୍କ ଉପରେ ଆକ୍ରମଣ କରିବାକୁ କୁଣ୍ଠାବୋଧ...

୨୦୨୫ରୁ ୭ ବର୍ଷ ଦେଖି ହେବନି ଶନି ବଳୟ

ଓ୍ବାଶିଂଟନ, ୪।୯: ସୌର ଜଗତରେ ଶନି ସୂର୍ଯ୍ୟଙ୍କଠାରୁ ଷଷ୍ଠ ଗ୍ରହ ହୋଇଥିବା ସହ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ ମଧ୍ୟ। ଏହି ଗ୍ରହର ଚାରିପଟେ ଏକ...

ପୃଥିବୀ ଉପରେ ବଡ଼ ବିପଦ! ଦ୍ରୁତ ଗତିରେ ମାଡି ଆସୁଛି ଭୟଙ୍କର ଗ୍ରହ, ସେପ୍ଟେମ୍ବରରେ…, ଆଲର୍ଟ ଜାରି କଲା ନାସା

ଏକ ଗ୍ରହ ସମ୍ବନ୍ଧରେ ନାସା ଏକ ସତର୍କ ସୂଚନା ଜାରି କରିଛି। ନାସା କହିଛି ଯେ ପ୍ରାୟ ୭୨୦ ଫୁଟର ଏକ ବିଶାଳ ଗ୍ରହ, ଯାହା...

୧୦୦ କିଲୋମିଟର ପର୍ଯ୍ୟନ୍ତ ଲାଗିଲା ଟ୍ରାଫିକ ଜାମ୍‌, ୧୨ ଦିନ ପରେ ଘରକୁ ଫେରିଲେ ଲୋକେ

ବେଜିଂ: ଦିଲ୍ଲୀ-ଏନସିଆର ହେଉ କିମ୍ବା ବେଙ୍ଗାଲୁରୁ ହେଉ, ଲୋକମାନେ ଟ୍ରାଫିକ ଜାମ୍‌ର ସମ୍ମୁଖୀନ ହେବା ସାଧାରଣ କଥା। ସେଥିପାଇଁ ଏଠାକାର ଲୋକମାନେ ଅଫିସ ଯିବାକୁ ଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri