Posted inଖେଳ

‘ବିରାଟ କୋହଲି ଭାରତକୁ ଭୁଲିଯିବେ…’, ୨୦୨୫ ଚାମ୍ପିୟନ୍ସ ଟ୍ରଫିକୁ ନେଇ ବଡ଼ ଦାବି କଲେ ଶାହିଦ ଆଫ୍ରିଦି

ନୂଆଦିଲ୍ଲୀ,୧୨।୭: ୨୦୨୫ ଚାମ୍ପିୟନ୍ସ ଟ୍ରଫି ସମ୍ବନ୍ଧରେ ବୟାନବାଜି ଜାରି ରହିଛି।ବାସ୍ତବରେ ଏହି ଆଇସିସି ଟୁର୍ନାମେଣ୍ଟ ପାକିସ୍ତାନରେ ଅନୁଷ୍ଠିତ ହେବାକୁ ଯାଉଛି, କିନ୍ତୁ ଖେଳାଳିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିସିସିଆଇ ପାଇଁ ଟିମ ଇଣ୍ଡିଆକୁ ପାକିସ୍ତାନ ପଠାଇବା ଅତ୍ୟନ୍ତ କଷ୍ଟକର। ଏଭଳି ପରିସ୍ଥିତିରେ ପାକିସ୍ତାନର ପୂର୍ବତନ କ୍ରିକେଟରମାନେ ଭାରତୀୟ ଦଳକୁ ପାକିସ୍ତାନକୁ ନିମନ୍ତ୍ରଣ କରିବା ପାଇଁ କ୍ରମାଗତ ଭାବେ ବଡ଼ ବିବୃତ୍ତି ଦେଉଛନ୍ତି। ବର୍ତ୍ତମାନ ପୂର୍ବତନ ଭେଟେରାନ ଅଲରାଉଣ୍ଡର ତଥା ଅଧିନାୟକ ଶାହିଦ ଆଫ୍ରିଦିଙ୍କ ନାମ ମଧ୍ୟ ଏହି ତାଲିକାରେ ଯୋଡି ହୋଇଛି।

୨୦୨୫ ଚାମ୍ପିୟନ୍ସ ଟ୍ରଫି ପାଇଁ ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି ଭାରତକୁ ପାକିସ୍ତାନ ଗସ୍ତ କରିବାକୁ ଅନୁରୋଧ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଦଳ ବିଶେଷ କରି ବିରାଟ କୋହଲି ପାକିସ୍ତାନକୁ ଆସିବା ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ।

ଶାହିଦ ଆଫ୍ରିଦି କହିଛନ୍ତି, ମୁଁ ଟିମ ଇଣ୍ଡିଆକୁ ସ୍ବାଗତ କରିବି। ଯେତେବେଳେ ପାକିସ୍ତାନ ଦଳ ଭାରତ ଗସ୍ତରେ ଆସୁଥିଲା, ସେତେବେଳେ ଆମେ ଭାରତରୁ ବହୁତ ସମ୍ମାନ ଓ ପ୍ରେମ ପାଇଥାଉ। ୨୦୦୫-୦୬ରେ ଯେତେବେଳେ ଭାରତୀୟ ଦଳ ପାକିସ୍ତାନକୁ ଆସିଥିଲା, ସେତେବେଳେ ସମସ୍ତେ ଆନନ୍ଦ ନେଇଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, କ୍ରିକେଟ ଲୋକଙ୍କୁ ଏକଜୁଟ କରିବାର ଶକ୍ତି ରଖିଛି ଏବଂ ଭାରତ ଏବଂ ପାକିସ୍ଥାନ ପରସ୍ପରର ଦେଶରେ ଖେଳିବା ଦେଖିବାଠାରୁ ଅଧିକ ଆନନ୍ଦଦାୟକ କିଛି ହେବ ନାହିଁ। ବିରାଟ କୋହଲି ଏକ ବିଶ୍ୱସ୍ତରୀୟ ଆଇକନ ଏବଂ ପାକିସ୍ତାନରେ ତାଙ୍କର ଉପସ୍ଥିତି ଲକ୍ଷ ଲକ୍ଷ ପ୍ରଶଂସକଙ୍କ ପାଇଁ ଆନନ୍ଦ ଅଟେ।

ବିରାଟ କୋହଲିଙ୍କ ଟି -୨୦ ଇଣ୍ଟରନ୍ୟାଶନାଲରୁ ଅବସର ନେବା ନିଷ୍ପତ୍ତି ସମ୍ପର୍କରେ ଆଫ୍ରିଦି କହିଛନ୍ତି, କୋହଲିଙ୍କ ଟି -୨୦ରୁ ଅବସର ନେବା ନିଷ୍ପତ୍ତି ଆଶ୍ଚର୍ଯ୍ୟଜନକ ଥିଲା। ତାଙ୍କର ଅଭିଜ୍ଞତା ଏବଂ ନେତୃତ୍ୱ ଭାରତୀୟ ଦଳ ପାଇଁ ଅମୂଲ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ...

ସାଣ୍ଟନର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍‌ଦବା ଜାରି

ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ...

ମୁଁ ଖୁବ୍‌ଶୀଘ୍ର କରିବି ବଡ଼ ଘୋଷଣା:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୋଷ୍ଟକୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବ୍ରେକ୍‌ରେ ଅଛନ୍ତି। କିନ୍ତୁ ଶୁକ୍ରବାର ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି, ଯାହାକୁ ନେଇ...

କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌

ପୁଣେ,୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷରେ ପୁଣେ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ କୋହଲି କିଛି ବିଶେଷ କରିପାରି ନ ଥିଲେ। ସେ ମାତ୍ର ଏକ ରନ ସ୍କୋର...

ଦ୍ୱିତୀୟ ଟେଷ୍ଟରେ ପୁଣି ଭାରତର ବ୍ୟାଟିଂ ବିପର୍ଯ୍ୟୟ; ୧୫୬ ରେ ଅଲଆଉଟ

ପୁଣେ,୨୫ା୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏମସିଏ) ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଖେଳାଯାଉଛି। ଶୁକ୍ରବାର ମ୍ୟାଚର ଦ୍ୱିତୀୟ ଦିନ।...

ଷ୍ଟାଡିୟମ୍‌ରେ ପାଣି ପାଇଁ ହାହାକାର: ୨୦ ଦର୍ଶକ ମେଡିକାଲ୍‌ରେ ଆଡମିଟ୍‌

ପୁଣେ,୨୫ା୧୦: ପାଣି ବୋତଲ ପହଞ୍ଚିବାରେ ବିଳମ୍ବ କାରଣରୁ ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟେଷ୍ଟରେ ଦର୍ଶକଙ୍କୁ ହଇରାଣ ହେବାକୁ ପଡିଛି। ଷ୍ଟାଡିୟମରେ ପାଣି ଅଭାବ ଯୋଗୁ ପରିସ୍ଥିତି ବିଗିଡି...

ବଡ଼ ଅଫର୍‌କୁ ନା କହିଲେ କେଏଲ୍‌ ରାହୁଲ: ଆଇପିଏଲ କ୍ୟାରିୟର୍‌କୁ ନେଇ ଉଠିଲା ପ୍ରଶ୍ନ

ନୂ୍‌ଆଦିଲ୍ଲୀ,୨୫।୧୦: ଆଇପିଏଲ ମେଗା ନିଲାମ ୨୦୨୫ ପୂର୍ବରୁ ଲକ୍ଷୌ ସୁପର ଜିଆଣ୍ଟସ(ଏଲ୍‌ଏସ୍‌ଜି)ରେ କେ.ଏଲ ରାହୁଲଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ ରାହୁଲଙ୍କୁ...

ସ୍ତନ କର୍କଟ ବିଜ୍ଞାପନ ଦେଇ ଫସିଲା ଯୁବରାଜ ସିଂଙ୍କ ଏନ୍‌ଜିଓ

ନୂଆଦିଲ୍ଲୀ,୨୫ା୧୦:ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ଏନ୍‌ଜିଓ ‘ୟୁଓ୍ବିକ୍ୟାନ୍‌’ ପକ୍ଷରୁ ସ୍ତନ କର୍କଟ ସଚେତନତା ପାଇଁ ଦିଲ୍ଲୀ ମେଟ୍ରୋରେ ଦିଆଯାଇଥିବା ବିବାଦୀୟ ବିଜ୍ଞାପନ ସମାଲୋଚିତ ହୋଇଛି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri