ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ। ମାମଲାର ତଦନ୍ତ ଦାୟିତ୍ୱ କାହିଁକି ସିବିଆଇକୁ ଦିଆନଯିବ ସେନେଇ ରାଜ୍ୟ ସରକାର ଉତ୍ତର ରଖିବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ଆଦିତ୍ୟ କୁମାର ମହାପାତ୍ର ମାମଲାର ଶୁଣାଣି କରି ଆଗାମୀ ଶୁଣାଣି ସୁଦ୍ଧା ଜବାବ ଦାଖଲ ନିମନ୍ତେ ଆଦେଶ ଦେଇଛନ୍ତି। ଆସନ୍ତା ୨୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସ୍ଥିର ହୋଇଛି।

ମାମଲାର ବିବରଣୀ ଅନୁସାରେ, ୨୦୨୩ ଫେବୃୟାରୀ ୨୮ ତାରିଖରେ ଭିସୁଟ ସମାବର୍ତ୍ତନ ଉତ୍ସବ ପରେ ଚିନ୍ମୟୀ ନିଖୋଜ ହୋଇଯାଇଥିଲେ। ଏନେଇ ପରିବାର ପକ୍ଷରୁ ବୁର୍ଲା ଥାନାରେ ଚିନ୍ମୟୀଙ୍କୁ ହତ୍ୟା କରାଯାଇଥିବା ନେଇ ଏତଲା ଦିଆଯାଇଥିଲା। ଏତଲା ଆଧାରରେ ପୋଲିସ ଏକ ହତ୍ୟା ମାମଲା ମଧ୍ୟ ରୁଜୁ କରିଥିଲା। ତେବେ ଚିନ୍ମୟୀଙ୍କ ମୃତଦେହ ବୁର୍ଲା ପାୱାର ଚ୍ୟାନେଲ ବ୍ରିଜରୁ ମାର୍ଚ୍ଚ ୧ରେ ମିଳିଥିଲା। ବୁର୍ଲା ଥାନା ଏହି ଘଟଣାକୁ ହତ୍ୟା ନୁହେଁ ବରଂ କେନାଲରେ ପଡ଼ି ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଥିଲା। ଏହାପରେ ମୃତ ଚିନ୍ମୟୀଙ୍କ ପରିବାର ଏହି ଘଟଣାର ସିବିଆଇ ତଦନ୍ତ ଆବଶ୍ୟକ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଚିନ୍ମୟୀଙ୍କ ମାଆ ଲବଙ୍ଗ ସାହୁଙ୍କ ଆବେଦନ କ୍ରମେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ମୃତ ଚିନ୍ମୟୀଙ୍କ ପରିବାର ପକ୍ଷରୁ ଆଇନଜୀବୀ ସନ୍ଦୀପନ ଓ ବିପ୍ଳବ ବାହଲି ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image