Posted inଜାତୀୟ

ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ

ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇ ଯାଇଛି। ଏହି ନିର୍ବାଚନରେ ୨ କୋଟିରୁ ଅଧିକ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ।

ଭାଜପା ନେତା କୁଲଦୀପ ବିଷ୍ଣୁ ତାଙ୍କ ପରିବାର ସହିତ ହିସାରର ଆଡାମପୁର ବିଧାନସଭା ଆସନରେ ମତଦାନ ବୁଥରେ ପହଞ୍ଚି ଭୋଟ ଦେଇଥିଲେ। ଏହି ସମୟ ମଧ୍ୟରେ ରାଜ୍ୟରେ ଭାଜପା ଏକ ବଡ଼ ବିଜୟ ହାସଲ କରିବ ବୋଲି ସେଦାବି କରିଛନ୍ତି।
ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ହରିୟାଣାର କୁରୁକ୍ଷେତ୍ରରେ ମତଦାନ କହିଛନ୍ତି, ଆଜି ମୋ ପରିବାର, ମୋ ସ୍ତ୍ରୀ, ପୁଅ, ବୋହୂ, ଆମେ ସମସ୍ତେ ଭୋଟ ଦେଇଛୁ। ମୁଁ ହରିୟାଣା ରାଜ୍ୟବାସୀଙ୍କୁ ସେମାନଙ୍କର ଭୋଟ ସମ୍ପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ଅନୁରୋଧ କରିବି ଯାହା ଦ୍ୱାରା ଆମେ ଏକ ଭଲ ସମାଜ ଏବଂ ଏକ ଭଲ ରାଜ୍ୟ ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବା।
ମୁଖ୍ୟମନ୍ତ୍ରୀ ନାୟବ ସିଂ ସୋନି ତାଙ୍କ ପରିବାର ସହିତ ହରିୟାଣା ବିଧାନସଭା ନିର୍ବାଚନରେ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଥିଲେ ଯେ ବିକଶିତ ହରିୟାଣାକୁ ଭୋଟ ଦିଅନ୍ତୁ। ଏଥି ସହ ତୃତୀୟ ଥର ପାଇଁ ଭାଜପା ସରକାର ଏକ ବଡ଼ ବ୍ୟବଧାନରେ ସରକାର ଗଠନ କରିବ ବୋଲି ସେ ଦାବି କରିଛି। ଏହା ବ୍ୟତୀତ କଂଗ୍ରେସକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଂଗ୍ରେସ ମିଥ୍ୟା ଓ ଲୁଟ ରାଜନୀତି କରୁଛି। ଭାଜପା ସରକାର ୧୦ବର୍ଷ ମଧ୍ୟରେ ଅନେକ କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି...

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

ପ୍ରେମିକାଙ୍କୁ ହୋଟେଲ ଉପରୁ ଠେଲିଦେଲେ ପ୍ରେମିକ, ବାନ୍ଧିଲା ପୋଲିସ

ବାରାଣସୀ, ୨୨।୧୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଚେତଗଞ୍ଜ ଥାନା ରାମକୋଟରାସ୍ଥିତ ଏକ ହୋଟେଲର ତୃତୀୟ ମହଲାରୁ ଶୁକ୍ରବାର ଫୁର୍କନ ନାମକ ଜଣେ ଯୁବକ(୨୩) ନିଜ ପ୍ରେମିକା...

କେମିତି ଅଛନ୍ତି ପ୍ରତାପ ଷଡଙ୍ଗୀ, ମୁକେଶ ରାଜପୁତ? ଅପଡେଟ ଦେଲା ହସ୍ପିଟାଲ

ନୂଆଦିଲ୍ଲୀ,୨୨।୧୨: ସଂସଦ ବାହାରେ ଝଗଡା ପରେ ଉଭୟ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri