Advertisement

ପାରଳାଖେମୁଣ୍ଡି,୨୫ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଉନ୍ନୟନ ଅଧିକାରୀ ତଥା ବ୍ଲକ ନିର୍ବାଚନ ଅଧିକାରୀଙ୍କ ରିପୋର୍ଟ ଅନୁସାରେ ପୁନଃ ମତଦାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଲିଙ୍ଗରାଜ ପଣ୍ଡା। ଆଜି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ମଧ୍ୟରେ ବଡ଼ଗୋଷାଣୀ ପଞ୍ଚାୟତର ୧୧ ନମ୍ବର ଓ୍ବାର୍ଡ ଓ ଅଗରଖଣ୍ଡି ପଞ୍ଚାୟତର ୯ ନମ୍ବର ଓ୍ବାର୍ଡରେ ପୁନଃ ମତଦାନ ପାଇଁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ଗତକାଲି ମତଦାନ ସମୟରେ ଘଟିଥିବା ବିଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share