ନନ୍ଦନକାନନକୁ ଆସିଲା ୱାଲାବି, ଲିଭିଂଷ୍ଟୋନ ଟୁରାକୋ

ବାରଙ୍ଗ,୨୬।୧୨(ଲିଙ୍ଗରାଜ ରାଉତ)- ନନ୍ଦନକାନନ ଆସନ୍ତା ୨୯ରେ ୬୪ତମ ପ୍ରତିଷ୍ଠା ଦିବସ ପାଳିବାକୁ ଯାଉଛି। ନନ୍ଦନକାନନ ସବୁବର୍ଷ ପର୍ଯ୍ୟଟକଙ୍କୁ ନୂଆବର୍ଷର ଭେଟି ଦେଉଥିବାବେଳେ ଚଳିତବର୍ଷ ପ୍ରତିଷ୍ଠା ଦିବସରେ ପର୍ଯ୍ୟଟକଙ୍କୁ ନୂଆ ପ୍ରଜାତିର (କଙ୍ଗାରୁ ଜାତୀୟ)ୱାଲାବି ଭେଟି ଦେବାକୁ ଯାଉଛି। ଶୁକ୍ରବାର ରାତିରେ ହଳେ ୱାଲାବି ଓ ହଳେ ଲିଭିଂଷ୍ଟୋନ ଟୁରାକୋ ନନ୍ଦନକାନନରେ ଆସି ପହଞ୍ଚିଛି। ହାଇଦ୍ରାବାଦର ଏକ ଘରୋଇ ସଂସ୍ଥାଠାରୁ ପ୍ରାୟ ୨୦ ଲକ୍ଷ ଟଙ୍କାରେ କ୍ରୟ କରାଯାଇ ୪ ଅତିଥିଙ୍କୁ ନନ୍ଦନକାନନକୁ ଅଣାଯାଇଛି। ୱାଲାବି ଆସିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ କ୍ବାରେଣ୍ଟାଇନରେ ରଖାଯାଇଛି। ଏହା ପରେ ନୂଆ ହୋଇଥିବା ଏନ୍‌କ୍ଲୋଜରରେ ଛଡ଼ାଯିବ। ପ୍ରତିଷ୍ଠା ଦିବସରେ ଉକ୍ତ ଏନ୍‌କ୍ଲୋଜରର ଉଦ୍‌ଘାଟନ କରାଯିବା ପରେ ପର୍ଯ୍ୟଟକମାନେ ଏହାକୁ ଦେଖିପାରିବେ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନଥ୍‌ କୁମାର ନାରାୟଣ କହିଛନ୍ତି। ତେବେ ଚଳିତବର୍ଷ ପ୍ରତିଷ୍ଠା ଦିବସରେ ବଟାନିକାଲ ଗାର୍ଡେନରେ ନୂଆ କରି ହୋଇଥିବା ଜଳଜ ଉଭିଦ ଆକ୍ୱାରିୟମ, ବିଭିନ୍ନ ପ୍ରଜାତିର ବାଉଁଶକୁ ନେଇ କରାଯାଇଥିବା ବଗିଚା, ବାଘୁଣୀ ଅଙ୍କିତାର ୪ ଛୁଆଙ୍କ ନାମକରଣ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri