ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିରୁ ଗୋଟିଏ ହେଲା ଜୀବନରେ ଧନର ଆବଶ୍ୟକତା। ଚାଣକ୍ୟ କୁହନ୍ତି ସୁଖୀ ଜୀବନ ଲାଗି ଧନ ବହୁତ ଜରୁରୀ।ହେଲେ ଏହାକୁ ନେଇ କରାଯାଉଥିବା ଭୁଲରୁ ନିବୃତ୍ତ ରୁହନ୍ତୁ। ଯେପରିକି:

-ଚାଣକ୍ୟ କହିଛନ୍ତି ବ୍ୟକ୍ତିକୁ ଧନବାନ ହେବା ଲାଗି ଏଭଳି ସ୍ଥାନରେ ରହିବା ଉଚିତ ଯେଉଁଠାରେ ଚାକିରି ତଥା ରୋଜଗାର କରିବାର ସାଧନ ଉପଲବ୍ଧ।

-ଟଙ୍କା ରୋଜଗାର ଲାଗି ଲକ୍ଷ୍ୟ ନିର୍ଦ୍ଧାରିତ କରିବା ଅତ୍ୟନ୍ତ ଆବଶ୍ୟକ। ଲକ୍ଷ୍ୟ ବିହୀନ ବ୍ୟକ୍ତି କେବେହେଲେ ଆଗକୁ ବଢ଼ିପାରେ ନାହିଁ। ନା ସେ ଧନବାନ ହୋଇପାରେ।
-ଚାଣକ୍ୟ କୁହନ୍ତି, ଯଦି ବ୍ୟକ୍ତି ଜୀବନରେ ଟଙ୍କା ରୋଜଗାର କରୁଛି ତେବେ ତାକୁ ସଞ୍ଚୟର କଳା ଶିଖିବା ଉଚିତ। ଏହାଛଡ଼ା ସଠିକ ସ୍ଥାନରେ ଖର୍ଚ୍ଚ କରିବା ମଧ୍ୟ ଆସିବା ଉଚିତ।

-ଚାଣକ୍ୟ କୁହନ୍ତି ବ୍ୟକ୍ତିକୁ ଟଙ୍କା ରୋଜଗାର ଲାଗି ଭୁଲ ରାସ୍ତାରେ ଚାଲିବା ଉଚିତ ନୁହେଁ। କାରଣ ଏହା କେବେ ନା କେବେ ଅସୁବିଧାରେ ପକାଇପାରେ।

-ଜୀବନରେ ସଫଳତା ପାଇବା ପରେ ବ୍ୟକ୍ତିକୁ କେବେ ବି ଅହଙ୍କାର କରିବା ଉଚିତ ନୁହେଁ। ଏହାଦ୍ୱାରା ପତନ ସ୍ବାଭାବିକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲରା ଖାଉଥିଲେ…

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ...

କୃତ୍ରିମ ରକ୍ତ

୧୬୧୬ ମସିହାରେ ୱିଲିୟମ ହାର୍ଭିଙ୍କ ଦ୍ୱାରା ରକ୍ତ ସଞ୍ଚାଳନ ପଥ ଆବିଷ୍କାର ହେବା ପରେ ଅନେକ ଗବେଷକ ଏବଂ ଡାକ୍ତର-ବୈଜ୍ଞiନିକମାନେ ବିଭିନ୍ନ ତରଳ ପଦାର୍ଥ ଯଥା...

ଓଜୋନ ସୁରକ୍ଷା, ଜୀବନ ରକ୍ଷା

ଆମ ପୃଥିବୀ ଗ୍ରହରେ ଜୀବନ ସଞ୍ଚାର ହେବା ପଛରେ ଗୋଟିଏ ପ୍ରମୁଖ କାରଣ ହେଲା ଏହାର ଊର୍ଦ୍ଧ୍ୱ ବାୟୁମଣ୍ଡଳରେ ଥିବା ଓଜୋନ ମଣ୍ଡଳ। ଏହା ମହାକାଶରୁ...

ମୁଖ ଦୁର୍ଗନ୍ଧ ହେଉଛି କି?

ଅନେକଙ୍କଠାରେ ମୁଖରୁ ଦୁର୍ଗନ୍ଧ ବାହାରିବା ସମସ୍ୟା ଦେଖାଯାଇଥାଏ। ବେଳେବେଳେ ଏହି ସମସ୍ୟା ସେମାନଙ୍କୁ ଅନେକ ଅସୁବିଧାରେ ପକାଇଥାଏ। କାହା ସହ କଥା ହେଲାବେଳେ ସେମାନଙ୍କୁ ବେଶ୍‌...

ଭୁଲ୍‌ରେ ବି ଏହି ଦିନ ପାଦରୁ କାଢ଼ନ୍ତୁନି ପୁରୁଣା ଝୁଣ୍ଟିଆ

ଭାରତୀୟ ସଂସ୍କୃତିରେ ବିବାହିତା ମହିଳା ପାଦ ଆଙ୍ଗୁଠିରେ ରୁପାର ଝୁଣ୍ଟିଆ ପିନ୍ଧିବାର ପରମ୍ପରା କାହିଁ କେଉଁକାଳରୁ ଚାଲିଆସିଛି। କାରଣ ରୁପାର ସମ୍ପର୍କ କୁଆଡ଼େ ଚନ୍ଦ୍ର ଊର୍ଜା...

ଖରାପ ସମୟ ଦେଇ ଗତି କରୁଥିଲେ ନିହାତି ଜାଣନ୍ତୁ ଚାଣକ୍ୟଙ୍କ ଏହି ୩ କଥା, ମାନିଲେ….

ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କ ମହାମନ୍ତ୍ରୀ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ଚିନ୍ତାଧାରା ଏବଂ କୁଶଳ ରଣନୀତି ଯୋଗୁ ଚନ୍ଦ୍ରଗୁପ୍ତଙ୍କୁ ସୁଶାସକ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା...

ଯୋଗ ଓ ମାନସିକ ସ୍ବାସ୍ଥ୍ୟ

ଯୋଗ ଆମର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଶାରୀରିକ ବ୍ୟାୟାମ ବିଭିନ୍ନ ଶାରୀରିକ ଓ ମାନସିକ ସମସ୍ୟାକୁ ଭଲ କରିବାରେ ସାହାଯ୍ୟ...

ଲୁଣ-ହୀରା-ବ୍ରାଗ୍‌ ନିୟମ

କ୍ଷୁଦ୍ରାତି କ୍ଷୁଦ୍ର ଅଣୁ-ପରମାଣୁକୁ ନେଇ ପଦାର୍ଥ ଗଠିତ ହୋଇଥାଏ। ସବୁ ପଦାର୍ଥରେ ନ ହେଲେ ବି କେତେକ ପଦାର୍ଥ ଭିତରେ ସେହି ଅଣୁ-ପରମାଣୁଗୁଡ଼ିକ ସୁନ୍ଦର ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri