Posted inଖେଳ

ପାକିସ୍ତାନ ଆଗରେ ୩୬୮ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଲା ଅଷ୍ଟ୍ରେଲିଆ

ବେଙ୍ଗାଲୁରୁ,୨୦ା୧୦: ବେଙ୍ଗାଲୁରୁ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଶୁକ୍ରବାର ଖେଳାଯାଇଥିବା ବିଶ୍ୱକପ୍‌ର ୧୮ତମ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲ। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା। ଦୁଇ ଓପନର ଦୁଇ ଓପନର ଡେଭିଡ୍‌ ଓ୍ବାର୍ନର ଏବଂ ମିଚେଶ ମାର୍ଶଙ୍କ ଶତକୀୟ ଇନିଂସ୍‌ ବଳରେ ଅଷ୍ଟ୍ରେଲିଆର ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୩୬୭ ରନ୍‌ କରିଛି। ଫଳରେ ପାକିସ୍ତାନ ଆଗରେ ୩୬୮ ରନ୍‌ର ବିଶାଳ ଟାର୍ଗେଟ ରଖିଛି ଅଷ୍ଟ୍ରେଲିଆ।

ଦୁଇ ଓପନର ଓ୍ବାର୍ନର ଏବଂ ମାର୍ଶ ଉଭୟ ପ୍ରଥମ ଉଇକେଟ ଯୋଡ଼ିରେ ରେକର୍ଡ ୨୫୯ ରନ୍‌ କରିଥିଲେ। ଓ୍ବାର୍ନର ବିସ୍ଫୋରକ ବ୍ୟାଟିଂ କରି ୧୨୪ ବଲ୍‌ରେ ୧୪ ଚଉକା ଏବଂ ୯ ଛକା ସହାୟତାରେ ୧୬୩ ରନ୍‌ କରିଥିବା ବେଳେ ମାର୍ଶ ୧୦୮ ବଲ୍‌ ଖେଳି ୧୦ ଚଉକା ଏବ ୯ ଛକା ସହାୟତାରେ ୧୨୧ ରନ୍‌ କରିଥିଲେ । ଦୁଇ ଓପରନ ଯୋଡ଼ିଙ୍କ ଉଇକେଟ୍‌ ପରେ ଅଷ୍ଟ୍ରେଲିଆର ମଧ୍ୟକ୍ରମ ବିଫଳ ହୋଇଥିଲା। ଫଳରେ ଅଷ୍ଟ୍ରେଲିଆର ନିର୍ଦ୍ଧାରିତ ୫୦ ଓଭରରେ ଅଷ୍ଟ୍ରେଲିଆ ୯ ଉଇକେଟ୍‌ ହରାଇ ୩୬୭ ରନ୍‌ କରିବାରେ ସକ୍ଷମ ହୋଇଥିଲା। ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦି ସର୍ବାଧିକ ୫ ଉଇକେଟ ନେଇଥିବା ବେଳେ ହାରିସ ରୌଫ ୩ ଉଇକେଟ ନେଇଥିଲେ। ଉସାମା ମୀର ଗୋଟିଏ ଉଇକଟେ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri