ପିଆର୍‌ଏମ୍‌ ହସ୍ପିଟାଲ ଛାତରୁ ଗଳୁଛି ପାଣି

ବାରିପଦା,୩।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲ କଲେଜ ଓ ହସ୍ପିଟାଲ ଆଇସିୟୁ ଛାତରୁ ପାଣି ଗଳିବା ନେଇ ରୋଗୀ ଓ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଉଥିବା ଏହି ହସ୍ପିଟାଲ ଗୃହର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଛାତରୁ ପାଣି ଗଳୁଥିବା ସମୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଏନେଇ ଜିଲାବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି ା
ଦୀର୍ଘ ଦିନର ଦାବି ପରେ ବାରିପଦାସ୍ଥିତ ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରଠାରେ ମେଡିକାଲ କଲେଜ ଓ ଡାକ୍ତରଖାନା ଆରମ୍ଭ ହୋଇଥିଲା ା ପରବର୍ତ୍ତୀ ସମୟରେ ୨୦କୋଟି ୩୭ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ୪ ମହଲା ବିଶିଷ୍ଟ ବିଲ୍ଡିଂ ପୂର୍ତ୍ତବିଭାଗ ନିର୍ମାଣ କରିଥିଲା। ୨୦୨୨ ସେପ୍ଟେମ୍ବର ୩୦ରେ ଏହି ଗୃହ ହସ୍ପିଟାଲକୁ ହସ୍ତାନ୍ତର ପରେ କାର୍ଯ୍ୟକ୍ଷମ ହୋଇଥିଲା। ୧୮୦ ଶଯ୍ୟା ବିଶିଷ୍ଟ ମେଡିସିନ ବିଭାଗରେ ରୋଗୀ ଚିକିତ୍ସା ହେଉଥିବା ବେଳେ ସେଠାରେ ଥିବା ଆଇସିୟୁ ଛାତରୁ ପାଣି ଗଳିବା ଦୃଶ୍ୟ ଚିନ୍ତାର କାରଣ ହୋଇଛି। ୨ ବର୍ଷ ହେଲା ଏପରି ପାଣି ଗଳୁଥିବା ବେଳେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏପରିକି ପାଣି ଗଳୁଥିବା ସ୍ଥାନରେ ବାଲ୍‌ଟି ରଖି ପାଣି ସଂଗ୍ରହ କରାଯାଉଥିବା ଭିଡିଓରୁ ସ୍ପଷ୍ଟ ବାରି ହୋଇପଡୁଛି। ସେହିପରି ନିର୍ମାଣ କାର୍ଯ୍ୟରେ ତ୍ରୁଟି ଥିବା ନେଇ ବିଭିନ୍ନ ସମସ୍ୟା ମୁଣ୍ଡ ଟେକିଥିବାରୁ ରୋଗୀଙ୍କ ସୁରକ୍ଷା ଓ ଡାକ୍ତରଖାନାର ସ୍ଥାୟୀତ୍ୱକୁ ନେଇ ଜିଲାବାସୀ ପ୍ରଶ୍ନ ଉଠାଇଛନ୍ତି। ଜିଲାବାସୀଙ୍କ ସମେତ ପଡ଼ୋଶୀ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟରୁ ରୋଗୀମାନେ ଉତ୍ତମ ସ୍ବାସ୍ଥ୍ୟସେବା ପାଇବାକୁ ଏଠାକୁ ଆସୁଛନ୍ତି। ତେବେ ଡାକ୍ତରଖାନାର ଏପରି ଅବସ୍ଥା ଯୋଗୁ ସ୍ବାସ୍ଥ୍ୟ ସେବା କିପରି ଚାଲିଛି ତାହାକୁ ନେଇ ସନ୍ଦେହ ଉପୁଜିିଛି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା.ଅଭୟ କୁମାର ଦାଶଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ପୂର୍ତ୍ତବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଛି। ଖୁବ୍‌ଶୀଘ୍ର ଏହାର ସମାଧାନ କରା ନ ଗଲେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯିବ। ଏହାର ଉପଯୁକ୍ତ ତଦନ୍ତ କରାଯାଇ ଆବଶ୍ୟକ ପଡ଼ିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଏବଂ ଏନ୍‌ଏଚ୍‌ଆର୍‌ଏମ୍‌ ଯନ୍ତ୍ରୀ ପାଣି ଗଳୁଥିବା ସ୍ଥାନକୁ ଯାଇ ତଦାରଖ କରିଛନ୍ତି। ଖୁବ୍‌ଶୀଘ୍ର ଏହାର ମରାମତି କରାଯିବ ବୋଲି ପୂର୍ତ୍ତ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri