ପାଣି ପାଇପ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ

ସମ୍ବଲପୁର,୧୮ା୮(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ହୀରାକୁଦ ଥାନା ଅଞ୍ଚଳରେ ଆରଡବ୍ଲ୍ୟୁଏସ୍‌ଏସ୍‌ ପକ୍ଷରୁ ବିଛା ଯାଇଥିବା ପାଣି ପାଇପ୍‌ ଚୋରି ର଼୍ୟାକେଟର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୯ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ହୀରାକୁଦର ବସୁଦେବ ଓରାମ, ଯଶୋବନ୍ତ ଭୋଇ, ଗୋଲବଜାରର ବିକାଶ ଦାସ, ମାଷ୍ଟର ମାଇଣ୍ଡ ମହମ୍ମଦ ଇମରାନ, ଫରୋଜ ଖାନ, କଟକ ବକ୍ସିବଜାରର ସନ୍ଦିପ ଅଗ୍ରୱାଲ, ପଶ୍ଚିମବଙ୍ଗର ଅମିତ ସାମନ୍ତ, ରାୟପୁରର ସଞ୍ଜୀବ ପଣ୍ଡିତ ଓ ଅନିଲ ପନସାରି।

ଅଭିଯୁକ୍ତମାନଙ୍କ ନିକଟରୁ ୨୫୦ ଡିଆଇ ପାଇପ୍‌, ଏମପି-ଜିଏ-୩୬୪୧ ନମ୍ବର ଟ୍ରକ୍‌, ଓଡି୧୫ପି-୮୧୩୧ ଓ ଓଡି୦୫-ବିଏମ୍‌-୭୫୬୮ ନମ୍ବର ବିଶିଷ୍ଟ ୨ଟି କାର୍‌, ୧୦ଟି ମୋବାଇଲ ପୋନ, ନଗଦ ୮୭ ହଜାର ଟଙ୍କା ଜବତ ହୋଇଛି। ଏସ୍‌ପି ଅଫିସ ସମ୍ମିଳନୀ କକ୍ଷରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ମୁକେଶ କୁମାର ଭାମୁ ଏହି ସୂଚନା ଦେଇଛନ୍ତି।

ଏସ୍‌ପି କହିଥିଲେ, ସରକାର ଘରକୁ ଘର ପାନୀୟ ଜଳ ଯୋଗାଣ ପାଇଁ ଯୋଜନା କରି ପାଇପ୍‌ ବିଛା କାମ କରୁଛନ୍ତି। ଏହି ପ୍ରକଳ୍ପରେ ଲାଗୁଥିବା ଲୁହା ପାଇପ୍‌କୁ ଅଭିଯୁକ୍ତମାନେ ଚତୁରତା ସହ ଚୋରି କରି ନେଉଥିଲେ। ପରେ ସେମାନେ ଏହାକୁ ରାଜ୍ୟ ବାହାର ପଶ୍ଚିମବଙ୍ଗ, ରାୟପୁର ଏବଂ କଟକ ଆଦି ଅଞ୍ଚଳକୁ ଚାଲାଣ କରୁଥିଲେ। ହୀରାକୁଦ ଅଞ୍ଚଳରେ ଅଭିଯୁକ୍ତମାନେ ପାଇପ୍‌ ଚୋରି କରିବା ସମୟରେ ପୋଲିସ ଟିମ୍‌ ସେମାନଙ୍କୁ କାବୁ କରିନେଇଥିଲା। ର଼୍ୟାକେଟ କେବଳ ସମ୍ବଲପୁର ନୁହେଁ ସୁନ୍ଦରଗଡ଼, ବୌଦ୍ଧ, ଝାରସୁଗୁଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼ ଆଦି ଜିଲାରେ ପାଣି ପାଇପ୍‌ ସହ ଅନ୍ୟ ମୂଲ୍ୟବାନ ସାମଗ୍ରୀ ଚୋରି କରୁଥିଲେ। ଘଟଣାରେ ଅନ୍ୟ କାହାର ସମ୍ପୃକ୍ତି ରହିଛି ସେ ନେଇ ପୋଲିସ ତଦନ୍ତ କରୁଛି ବୋଲି ଏସ୍‌ପି ଭାମୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ସେବାୟତଙ୍କୁ ହାଣିଲେ ଦୁର୍ବୃତ୍ତ, ରକ୍ତ ଜୁଡୁବୁଡୁ ହୋଇ…

ପୁରୀ,୧୮।୧୦: ପୁରୀରେ ପୁଣି ବୁଲିଲା ଭୁଜାଲି। କୌଣସି ସାଧାରଣ ଲୋକ ନୁହେଁ ଦୁର୍ବୃତ୍ତ ଜଣେ ସେବାୟତଙ୍କୁ ଭୁଜାଲିରେ ହାଣି ଦେଇଛନ୍ତି। ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା...

ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ...

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

୨ ଦିନ ଏହି ୧୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୮।୧୦: ଶୁକ୍ରବାର ଓ ଶନିବାର ୧୪ ଜିଲାରେ ପ୍ରବଳ ବର୍ଷିବ। ତେବେ ବର୍ଷାକୁ ନେଇ ଏହି ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ...

ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ଅଭିଯୋଗ: କବରତଳୁ କଢ଼ାହେଲା ମୃତଦେବ 

କଟକ,୧୮।୧୦: କଟକର ଏକ ଘରୋଇ ହସ୍ପିଟାଲ ବିରୋଧରେ ଅଙ୍ଗ ଚୋରି ଅଭିଯୋଗ ହୋଇଛି। କନ୍ଧମାଳ ବାଲିଗୁଡାର ବାବୁଲା ଦିଗାଲଙ୍କ ଅଙ୍ଗ ଚୋରି ହୋଇଥିବା ନେଇ ତାଙ୍କ...

ଜୟନାରାୟଣଙ୍କ ବିସ୍ଫୋରକ ବୟାନ୍‌: ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ,ଯୋଗାଯୋଗରେ ଅଛନ୍ତି…

ଭୁବନେଶ୍ୱର,୧୮।୧୦: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ଶୁକ୍ରବାର ଏକ ଭବିଷ୍ୟବାଣୀ କରିଛନ୍ତି। ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ବିଜେଡିର...

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri