Posted inଖେଳ

ତାଙ୍କ ପରିଶ୍ରମର ଫଳ ଆଜି ଆମେ ଖାଉଛୁ: କାହିଁକି ଏମିତି କହିଲେ ପାଣ୍ଡ୍ୟା

ମୁମ୍ବାଇ,୭।୪: ଆଇପିଏଲ୍‌ ୨୦୨୧ ଆରମ୍ଭ ପାଇଁ ଆଉ ୨ ଦିନ ବାକି ଅଛି । ଏଥର ଉଦଘାଟନୀ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ହେବ। ଏଥିପାଇଁ ଉଭୟ ଦଳ ଅଭ୍ୟାସ କରୁଛନ୍ତି। ଏହି ସମୟରେ ମୁମ୍ବାଇ ଦଳର ଅଲ-ରାଉଣ୍ଡର କ୍ରୁନାଲ ପାଣ୍ଡ୍ୟାଙ୍କ ଏକ ଭିଡିଓ ନିଜ ଟୁଇଟରରେ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ପିତା ହିମାଂଶୁ ପାଣ୍ଡ୍ୟାଙ୍କ ଉପରେ ଏବଂ ତାଙ୍କ ସହ ଥିବା ସମ୍ପର୍କ ବିଷୟରେ ଖୋଲାଖୋଲି ଭାବେ କହିଥିଲେ। ଏହି ଭିଡିଓରେ କ୍ରୁନାଲ ତାଙ୍କ ପିତାଙ୍କୁ ସ୍ମରଣ କରି ଭାବପ୍ରବଣ ହୋଇଥିଲେ।
ଏହି ଭିଡିଓରେ ପିତାଙ୍କୁ ମନେ ପକାଇ କ୍ରୁନାଲ ଭାବପ୍ରବଣ ହୋଇଥିଲେ। ସେ କହିଛନ୍ତି ଯେ, ଗତ ଦୁଇ ମାସ ମୋ ପାଇଁ ବହୁତ କଷ୍ଟସାଧ୍ୟ ରହିଛି। ପିତାଙ୍କର ମୃତ୍ୟୁ ପରେ ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡିଥିଲି। ସେ ମଞ୍ଜି ବୁଣିଲେ ଏବଂ ମୁଁ ଏବଂ ହାର୍ଦ୍ଦିକ ଏହାର ଫଳ ଖାଉଛୁ। ମୁଁ ଅନୁଭବ କରୁଛି ଯେ ମୋ ହୃଦୟର ଏକ ଅଂଶ ତାଙ୍କ ସହିତ ସବୁଦିନ ପାଇଁ ଚାଲିଯାଇଛି। ଲୋକମାନେ କୁହନ୍ତି ଯେ, ସମୟ ସମସ୍ତ କ୍ଷତ ଭଲ କରିଥାଏ, କିନ୍ତୁ ମୁଁ ଅନୁଭବ କରେ ଯେ ଆଜି ପରେ ଯେତେବେଳେ ମୁଁ ଜୀବନରେ କିଛି ଭଲ କରିବି କିମ୍ବା ଗୋଟିଏ ପାଦ ଆଗକୁ ବଢିବି, ମୁଁ ତାଙ୍କୁ ସବୁବେଳେ ମନେ ରଖିବି ବୋଲି ସେ କହିଥିଲେ। ସୂଚନାଯୋଗ୍ୟ,ଜାନୁୟାରୀ ୧୬ରେ କ୍ରୁନାଲ ଏବଂ ହାର୍ଦ୍ଦିକ ପିତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri