‘ଆମେ ମିଛ କହିବା ସରକାର ନୁହଁ, କାମ କରିବା ସରକାର’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୩: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ। ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।
ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ପ୍ରକୋଷ୍ଠ ଜରିଆରେ ଆମ ସରକାର ସବୁ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି । ବିଶେଷ କରି ଭିନ୍ନକ୍ଷମ, ବରିଷ୍ଠ ଓ ଜରୁରୀ ସେବା ଆବଶ୍ୟକ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ଦୁଃଖ ଓ ସମସ୍ୟାରେ ଜର୍ଜରିତ ବ୍ୟକ୍ତିମାନେ ସେମାନଙ୍କ ସମସ୍ୟା ଓ ଅଭିଯୋଗ ନେଇ ଏଠାକୁ ଆସୁଛନ୍ତି । ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନିଆଯାଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷଙ୍କ ନିକଟକୁ ଏହାର ସମାଧାନ ପାଇଁ ଅଭିଯୋଗପତ୍ର ପ୍ରେରଣ କରାଯାଉଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।
ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୪ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।
ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷା ବାର୍ତ୍ତା ନେଇ ସାଇକେଲ୍‌ରେ ବିଶ୍ୱ ଭ୍ରମଣ କରୁଛନ୍ତି ଜୋଜୋ ଦାଦା

ଭୁବନେଶ୍ୱର,୧୦।୪: କେବଳ ଦେଶ ନୁହେଁ ବିଦେଶକୁ ସାଇକେଲରେ ଭ୍ରମଣ କରୁଛନ୍ତି ପଶ୍ଚିମବଙ୍ଗ ଲାଲଗୁଲା ମୁର୍ଶିଦାବାଦର ପ୍ରସନଜିତ୍‌ ଦାସ। । ଲୋକେ ତାଙ୍କୁ ଜୋଜୋ ଦାଦା ବୋଲି...

ଇତିହାସ ରଚିଲେ ବିରାଟ କୋହଲି: ଏପରି କାରନାମା କରିବାରେ IPLର ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୧୦।୪: ବିରାଟ କୋହଲି IPL 2025 ରେ ଇତିହାସ ରଚିଛନ୍ତି। ସେ ଗୁରୁବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୨୨ ରନର ଏକ ଇନିଂସ ଖେଳିଥିଲେ। ଏହି...

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ସମ୍ବଲପୁର,୧୦ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅଞ୍ଚଳରେ ୨୦୨୩ରେ ଘଟିଥିବା ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍‌ସୋ ଅଦାଲତ...

ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି: ଜଣେ କର୍ମଚାରୀ ନିଲମ୍ବିତ

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର (ଏସ୍‌ଡ଼ିସିସି) ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି ଅଭିଯୋଗ ହୋଇଛି। ଅତାବିରା ବିଧାୟକ ନିହାର...

ହ୍ୱାଟ୍ସଆପ୍ ଚାଟିଂ ଖୋଲିବ କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ

ବାଲେଶ୍ୱର,୧୦।୪: ମୃତ ମହିଳା କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ ଖୋଲିବ ତାଙ୍କ ହ୍ୱାଟ୍ସଆପ୍ ଚାଟିଂ। ଏହି ରହସ୍ୟମୟ ମୃତ୍ୟୁକୁ ଭେଦ କରିବାରେ ପୋଲିସକୁ ତାଙ୍କ...

IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୦।୪: ଗୁରୁବାର ଓଡ଼ିଶା ସରକାର ଭାରତୀୟ ପ୍ରଶାସନିକ ସେବା (IAS) କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁସାରେ, ବର୍ତ୍ତମାନ ଗୃହ ବିଭାଗର ସ୍ୱତନ୍ତ୍ର...

ନକଲି ସାର୍ଟିଫିକେଟ ଦେଇ ଚାକିରି! ସମ୍ବଲପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ଖୋଳତାଡ଼

ବରଗଡ଼,୧୦।୪: ନକଲି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ ବରଗଡ଼ ସହରରେ ଥିବା ସମ୍ବଲପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ଖୋଳତାଡ଼ ଆରମ୍ଭ ହୋଇଛି। ଏଥିରେ ଜଣେ...

ବାରାକ ଓବାମାଙ୍କ ସହ ଛାଡ଼ପତ୍ର ଚର୍ଚ୍ଚା ମଧ୍ୟରେ ମୁହଁ ଖୋଲିଲେ ମିଶେଲ ଓବାମା: କହିଲେ ଏମିତି କଥା…

ଓ୍ବାଶିଂସନ୍‌,୧୦।୪: ପୂର୍ବତନ ଆମେରିକାର ପ୍ରଥମ ମହିଳା ମିଶେଲ ଓବାମା ତାଙ୍କ ଏବଂ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ମଧ୍ୟରେ ଛାଡପତ୍ରକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image