Posted inଜାତୀୟ

ଅପରେଶନ ଲୋଟସକୁ ଆମେ ଭୟ କରୁନୁ, କହିଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୨।୮ : ଝାଡଖଣ୍ଡରେ ସରକାରଙ୍କୁ ଅସ୍ଥିର କରିବା ପାଇଁ ଅପରେଶନ ଲୋଟସ ଅଭିଯାନ ଚଳାଇଥିବା ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଆମେ ଅପରେଶନ ଲୋଟସକୁ ଭୟ କରୁ ନାହିଁ।

ଝାଡଖଣ୍ଡର ୩ ଜଣ କଂଗ୍ରେସ ବିଧାୟକଙ୍କ ପାଖରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ କରାଯିବା ପରେ ସେ କହିଥିଲେ ଯେ କଂଗ୍ରେସ ବିଧାୟକମାନେ ସେମାନଙ୍କ ଉଦ୍ଦେଶ୍ୟରେ ସଫଳ ହୋଇପାରିବେ ନାହିଁ ଏବଂ ଏହା ପୂର୍ବରୁ ପୋଲିସ ସେମାନଙ୍କୁ ଧରିଥିଲା। ହେମନ୍ତ ସୋରେନ ଏହି ମାମଲାରେ ଭାଜପାକୁ କଡ଼ା ସମାଲୋଚନା କରିଥିଲେ। ଗଣତନ୍ତ୍ରକୁ ଧ୍ୱଂସ କରିବାକୁ ଭାଜପା ଷଡ଼ଂନ୍ତ୍ର କରୁଥିବା ସେ ଅଭିଯୋଗ କରିଛନ୍ତି। ଏହା ଦ୍ୱାରା ଆମେ ବିଚଳିତ ନୁହଁ। ଭବିଷ୍ୟତରେ ମଧ୍ୟ ଆମେ ଏହାକୁ ନେଇ ଶଙ୍କା ପ୍ରକାଶ କରିବୁ ନାହିଁ ବୋଲି ହେମନ୍ତ ସୋରେନ୍‌ କହିଛନ୍ତି।

ଏହାପୂର୍ବରୁ ସୋମବାର ହେମନ୍ତ ସୋରେନ ତାଙ୍କ ସରକାରକୁ ଅସ୍ଥିର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଥିଲେ। ସେ କହିଥିଲେ ଯେ କ୍ଷମତା ବିନା ଭାଜପା ବର୍ତ୍ତମାନ ପାଣି ବିନା ମାଛ ପରି ହେଉଛ। ଭାଜପା ଏକ ନୂଆ ପ୍ରକାରର ରାଜନୈତିକ ପରିଭାଷା ଲେଖିବାକୁ ଚେଷ୍ଟା କରୁଛି ଯାହା ଦେଶର ଗଣତନ୍ତ୍ର ପାଇଁ କ୍ଷତିକାରକ ସାବ୍ୟସ୍ତ ହେବ। ସୋରେନ କହିଛନ୍ତି ଯେ ଆଜି ଅଣ-ଭାଜପା ରାଜ୍ୟଗୁଡ଼ିକର ପରିସ୍ଥିତି ଆମ ସମସ୍ତଙ୍କ ସାମ୍ନାରେ ଅଛି। ଝାଡଖଣ୍ଡରେ ମଧ୍ୟ ଆମ ସରକାର ଗଠନ ହେବା ଦିନଠାରୁ ଭାଜପା ଏହାକୁ କ୍ଷମତାଚ୍ୟୁତ କରିବାକୁ ଚେଷ୍ଟା କରୁଛି। ପ୍ରତି ୨୪ ଘଣ୍ଟାରେ ଗୁଜବ ପ୍ରଚାରିତ ହେଉଛି ଯେ, ଝାଡଖଣ୍ଡ ସରକାର ଭାଙ୍ଗିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଅସୁସ୍ଥ

ଶିମଲା,୨୧।୯: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଅସୁସ୍ଥ ହୋଇପଡିଛନ୍ତି। ସେ ଶିମଲା ଇନ୍ଦିରା ଗାନ୍ଧୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଚନ୍ତି।...

ଏହି ରାଜ୍ୟରେ ପ୍ରବେଶ କଲେ ୯୦୦ ଆତଙ୍କବାଦୀ! ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ଇମ୍ଫାଲ,୨୧।୯: ମ୍ୟାନମାରରୁ ପ୍ରାୟ ୯୦୦ ଆତଙ୍କବାଦୀ ମଣିପୁରରେ ପ୍ରବେଶ କରିଥିଲେ। ଏହା ଦେଶର ସୁରକ୍ଷା ଭଙ୍ଗ କରିବାକୁ ପ୍ରସ୍ତୁତି ବୋଲଇ କୁହାଯାଉଛି। ଗୁପ୍ତଚର ରିପୋର୍ଟ ଆଧାରରେ...

ଦକ୍ଷିଣରୁ ଗୋରଖନାଥ ମନ୍ଦିର ଆସିଲେ ଭବାନୀ-ଭୋଲୁ

ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା...

ମନ୍ଦିର ଟ୍ରଷ୍ଟ ଦେଲା ବଡ଼ ସୂଚନା, କହିଲା ଲଡୁରେ ପବିତ୍ରତା ରହିଛି

ହାଇଦ୍ରାବାଦ,୨୧ା୯: ତିରୁପତି ବାଲାଜୀଙ୍କ ପ୍ରସାଦ ଲଡୁ  ପୁଣି ଉପଲବ୍ଧ। ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ମନ୍ଦିର ଟ୍ରଷ୍ଟ କହିଛି ପ୍ରସାଦ ଲଡୁରେ ପବିତ୍ରତା...

‘ସରକାରୀ ନିୟନ୍ତ୍ରଣରୁ ମୁକ୍ତ ହେଉ ହିନ୍ଦୁ ମନ୍ଦିର’

ହାଇଦ୍ରାବାଦ,୨୧ା୯: ତିରୁପତି ମନ୍ଦିରର ପ୍ରସାଦ ଲଡୁରେ ପଶୁ ଚର୍ବି ମିଶ୍ରଣ ପ୍ରସଙ୍ଗ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜନୈତିକ ଦଳ ଏହି ପ୍ରସଙ୍ଗରେ କ୍ରୋଧ ପ୍ରକାଶ...

୧୦ମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କଲେ ଅବସରପ୍ରାପ୍ତ ବିଡିଓଙ୍କ ପୁଅ: ଗର୍ଭପାତ ନ କରିବାରୁ…

ଫତେହପୁର,୨୧।୯: ଉତ୍ତର ପ୍ରଦେଶର ଫତେହପୁର ଜିଲାର ଜଣେ ଗର୍ଭବତୀ ହାଇସ୍କୁଲର ଛାତ୍ରୀଙ୍କ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଛାତ୍ରୀଙ୍କ ପ୍ରେମିକ ଶିବୁ ରାୟଦାସଙ୍କୁ ଗିରଫ...

ତିରୁପତି ମନ୍ଦିର ଲଡୁକୁ ନେଇ ବଡ଼ ଖୁଲାସା କଲେ ପୂର୍ବତନ ମୁଖ୍ୟ ପୁରୋହିତ

ନୂଆଦିଲ୍ଲୀ,୨୧।୯: ତିରୁପତି ମନ୍ଦିର ଲଡୁ ପ୍ରସଙ୍ଗ ବର୍ତ୍ତମାନ ଏକ ରାଜନୈତିକ ମୋଡ ନେଇଛି। ମନ୍ଦିରର ଲଡୁ ଅର୍ଥାତ୍‌ ପ୍ରସାଦ ତିଆରି କରିବା ପାଇଁ ଘିଅ ବଦଳରେ...

କିଏ ସେହି ବ୍ୟକ୍ତି, ଯିଏ କିରାଣିରୁ ହୋଇଥିଲେ ସୁପ୍ରିମକୋର୍ଟ ବିଚାରପତି, ଜାଣନ୍ତୁ ତାଙ୍କର ପୂରା କ୍ୟାରିୟର ବିଷୟରେ…

ନୂଆଦିଲ୍ଲୀ,୨୧ା୯: ଜଣେ ବ୍ୟକ୍ତି ଯେତେ ଗରିବ ହୁଅନ୍ତୁ ନା କାହିଁକି, ଯଦି ତାଙ୍କର ଇଚ୍ଛା ଥାଏ, ତେବେ ସେ ନିଜ ରାସ୍ତା ନିଜେ ଖୋଜି ପାଇଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri