ରାସ୍ତାକାମ ଅଧାପନ୍ତରିଆ କରି ଠିକାଦାର ଛୁ

ଗଣିଆ,୩ା୧୧(ସନ୍ତୋଷ କୁମାର ପ୍ରଧାନ): ଗଣିଆ-କୁତୁରୀ ପୂର୍ତ୍ତ ବିଭାଗ ରାସ୍ତାକୁ ଅକ୍ତିଆର କରିଛି ଗ୍ରାମ୍ୟ ଉନ୍ନୟନ ବିଭାଗ। ଏହି ରାସ୍ତାର ଗଣିଆଠାରୁ ବଡ଼ମୂଳ ପର୍ଯ୍ୟନ୍ତ ନବୀକରଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ (ଆରଡି) ହାତକୁ ନେଇଛି। ଗତ ୫ବର୍ଷ ତଳେ ପ୍ରଥମ ପର୍ଯ୍ୟାୟରେ ଗଣିଆ ବଜାରଠାରୁ କଳାପାଟ ଠାକୁରାଣୀ ପୀଠ ୧୦କିମି ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ହୋଇଯାଇଛି। ନିମ୍ନମାନର କାର୍ଯ୍ୟ ଯୋଗୁ ଉକ୍ତ ରାସ୍ତାର ଅନେକ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଲାଣି। ଅନ୍ୟପକ୍ଷେ ୨ୟ ପର୍ଯ୍ୟାୟରେ ୨୦୨୨ରେ କଳାପାଟ ଠାକୁରାଣୀ ପୀଠଠାରୁ ବଡମୂଳ ୧୪ କିମିର ରାସ୍ତା ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ୫କୋଟି ୨୫ଲକ୍ଷ ୨୧ହଜାର ଟଙ୍କା ମଞ୍ଜୁର ହୋଇଥିଲା। ୧୪କିମି. ରାସ୍ତା ମଧ୍ୟରୁ ୩.୫କିମି. କଂକ୍ରିଟ ଓ ୧୦.୫କିମି. ପିଚୁ ରାସ୍ତା ନିର୍ମାଣ ପାଇଁ ଅଟକଳ ରହିଛି। ଏହି ରାସ୍ତା ନିର୍ମାଣ କାର୍ଯ୍ୟ ୨୦୨୨ ଫେବୃୟାରୀ ୨୩ରୁ ଆରମ୍ଭ ହୋଇ ୨୦୨୩ ମାର୍ଚ୍ଚ ମାସ ୨୨ରେ ଶେଷ ହେବାର ଅବଧି ରହିଥିଲେ ହେଁ ଆଜି ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଅଧାରୁ ଅଧିକ ହୋଇପାରିନାହିଁ। ସମ୍ପୃକ୍ତ ଠିକାଦାର ରାସ୍ତାର ଅନେକ ସ୍ଥାନରେ ଖୋଳି ଅଧାପନ୍ତରିଆ ଭାବେ ପକାଇ ଦେଇଥିବାରୁ ଲୋକମାନେ ଯାତାୟତରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସ୍ଥାନୀୟ ଲୋକମାନେ କାର୍ଯ୍ୟ ଶେଷ ପାଇଁ ଠିକାଦାର ଓ ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ବି କର୍ଣ୍ଣପାତ କରୁନାହାନ୍ତି। ଏହି ରାସ୍ତାରେ ନିର୍ବାଚିତ ଜନ ପ୍ରତିନିଧି ଓ ପ୍ରଶାସନିକ ଉଚ୍ଚ ପଦାଧିକାରୀମାନେ ଯାତାୟତ କରୁଥିଲେ ମଧ୍ୟ କାହାର ଦୃଷ୍ଟି ପଡୁନାହିଁ। ଚଳିତ ବର୍ଷା ଦିନ ହେତୁ ଏହି ରାସ୍ତା ଦେଇ ପ୍ରତ୍ୟହ ବିଭିନ୍ନ ଭାରିଯାନ ଚଳାଚଳ ଦ୍ୱାରା ରାସ୍ତାର ବିଭିନ୍ନ ସ୍ଥାନରେ ବଡ ବଡ ଗର୍ତ୍ତ ସୃଷ୍ଟି ହୋଇଛି। ତେବେ ପୂର୍ତ୍ତ ବିଭାଗଠାରୁ ଏହି ରାସ୍ତାଟି ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଯିବା ପରେ ଭଲ ରାସ୍ତା କାମ ହେବ ବୋଲି ସ୍ଥାନୀୟ ଲୋକେ ଆଶା କରିଥିବା ବେଳେ ତାହା ଓଲଟା ହୋଇଛି। ନିମ୍ନମାନର କାମ ସହିତ ବିଳମ୍ବ ଯୋଗୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେହିପରି ବୃତଙ୍ଗ ସେତୁର ପଶ୍ଚିମ ପାର୍ଶ୍ୱ ରାସ୍ତା ପାର୍ଶ୍ୱ ଧୋଇ ରାସ୍ତା ଖାଇ ଯାଇଥିବା ବେଳେ ବିଭାଗୀୟ କର୍ତ୍ତୃପକ୍ଷ ଏହାର ମରାମତି ପାଇଁ ଦୃଷ୍ଟି ଦେଉନାହାନ୍ତି। ଫଳରେ ଲଗାଣ ବର୍ଷା ହେଲେ ରାସ୍ତା ଧୋଇ ଯାତାୟତରେ ବ୍ୟାଘାତ ସୃଷ୍ଟି ହୋଇଛି। ରାସ୍ତାରେ ସୃଷ୍ଟି ହୋଇଥିବା ଗାତ ଯୋଗୁ ଦୁର୍ଘଟଣା ଆଶଙ୍କା ଦେଖାଦେଉଛି।
ପ୍ରକାଶଯୋଗ୍ୟ, ଗଣିଆ ବ୍ଲକ ସାଉଥ ବଡମୂଳ ମଙ୍ଗାନାସୀଠାରେ ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ରହିଛି। ବର୍ଷସାରା ଏଠାକୁ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସି ଥାଆନ୍ତି। ରାସ୍ତାର ଏଭଳି ଦୁରାବସ୍ଥା ଦେଖି ପର୍ଯ୍ୟଟକମାନେ ଏଠାକୁ ପୁନର୍ବାର ଆସିବା ପାଇଁ ଅନିଚ୍ଛା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଗଣିଆ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ସାହୁଙ୍କୁ ପଚାରିବାରୁ ଏହି ରାସ୍ତା ସମ୍ପୂର୍ଣ୍ଣ ପାଇଁ ପୁଣି ଥରେ ଟେଣ୍ଡର କରାଯିବା ପାଇଁ ଉଚ୍ଚ କତ୍ତୃପକ୍ଷଙ୍କୁ ଚିଠି କରାଯାଇଛି। ରି ଟେଣ୍ଡର ପ୍ରକ୍ରିୟା ଶେଷ ହେଲେ କାର୍ଯ୍ୟ ଆରମ୍ଭ ହେବ। ତେବେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଗଣିଆରେ ଦେଖାମିଳୁ ନ ଥିବା ବେଳେ ଏଭଳି ଦାୟିତ୍ୱହୀନ ମନ୍ତବ୍ୟ କାର୍ଯ୍ୟର ସ୍ବଚ୍ଛତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବା ପାଇଁ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ସ୍ଥାନୀୟ ଜନସାଧାରଣଙ୍କ ତରଫରୁ ଜନଆନ୍ଦୋଳନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri