‘ସମୀରଙ୍କୁ ଟିକେଟ ନ ହେଲେ ଦଳ ଛାଡ଼ିବୁ’

ଗୋପ,୧୩ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର ଚେତାବନୀ ଦେଇଛନ୍ତି। ଏକ ପ୍ରତିନିଧି ଦଳ ଏହି ଦସ୍ତଖତ ସମ୍ବଳିତ ଦାବିପତ୍ର ନେଇ ଶନିବାର ନବୀନ ନିବାସକୁ ଯିବ ବୋଲି ସୂଚନା ମିଳିଛି। ପ୍ରକାଶ ଯେ, ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଥିବା ଗୋପ ବ୍ଲକର ୧୪ଟି ପଞ୍ଚାୟତର ଜିଲାପରିଷଦ, ସରପଞ୍ଚ, ସମିତି ସଭ୍ୟାସଭ୍ୟ, ପଞ୍ଚାୟତ ସଭାପତି, ଯୁବ ଛାତ୍ରଙ୍କ ସହିତ ଅନ୍ୟ ନେତୃତ୍ୱମାନଙ୍କୁ ନେଇ ଗୋପ ବ୍ଲକ ବିଜେଡି କାର୍ଯ୍ୟାଳୟଠାରେ ଏକ ବୈଠକ କରାଯାଇଥିଲା। ଏହି ୧୪ଟି ପଞ୍ଚାୟତର ନିର୍ବାଚନ ଦାୟିତ୍ୱରେ ଥିବା ତଥା ନିମାପଡ଼ା ନଗର ସଭାପତି ଜୀବନାନନ୍ଦ ମହାପାତ୍ରଙ୍କ ସଭାପତିତ୍ୱରେ ବୈଠକ ବସିଥିଲା। ଏଥିରେ ଶତାଧିକ ବିଜେଡି ନେତୃତ୍ୱ ଯୋଗଦେଇଥିଲେ। ବୈଠକ ଆରମ୍ଭରୁ ସମୀରଙ୍କୁ କାହିଁକି ଟିକେଟ ମିଳିବନି ବୋଲି ଆଲୋଚନା ପର୍ଯ୍ୟାଲୋଚନା ଚାଲିଥିଲା। ସମସ୍ତ ନେତୃତ୍ୱଙ୍କ ମତାମତ ସଂଗ୍ରହ ପରେ ଚଳିତ ସାଧାରଣ ନିର୍ବାଚନରେ ଯଦି ସମୀରଙ୍କୁ ଦଳୀୟ ଟିକେଟରୁ ବଞ୍ଚତ୍ତ କରାଯାଏ ତା’ହେଲେ ଆମେ ଓ ଆମ କର୍ମୀମାନେ ଦଳ ପରିବର୍ତ୍ତନ କରିବୁ ବୋଲି ରୋକ୍‌ଠୋକ୍‌ କହିଥିଲେ। ସେହି ଅନୁଯାୟୀ ଏକ ଦାବିପତ୍ର ପ୍ରସ୍ତୁତ କରାଯାଇଥିଲା। ୨ଘଣ୍ଟା ଧରି ଏହି ବୈଠକ ଚାଲିଥିବା ବେଳେ ୫ ଜଣିଆ ଟିମ୍‌ ଗଠନ କରାଯିବା ସହ ଏହି କମିଟି ନବୀନ ନିବାସ ଯିବା ଲାଗି ନିଷ୍ପତ୍ତି ନିଆଯାଇଥିଲା।
ଏହି ବୈଠକ ସମ୍ପର୍କରେ ଗୋପ ବିଜେଡି ସଭାପତି ମଧୁସୂଦନ ପାଇକରାୟଙ୍କୁ ପଚାରିବାରେ କହିଛନ୍ତି, ନବୀନ ସରକାରଙ୍କ ବିକାଶମୂଳକ କାର୍ଯ୍ୟକୁ ଗାଁ ଗାଁରେ ପହଞ୍ଚାଉଥିବା ଆମ ବିଧାୟକଙ୍କୁ କାହିଁକି ଟିକେଟ ଦିଆଯିବ ନାହିଁ। ଯଦି ଦଳ ଆଉ କାହାକୁ ପ୍ରାର୍ଥୀ କରେ ଆମେ ସିଧାସଳଖ ବିରୋଧ କରିବୁ ଏବଂ ଆମ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅଭିଯୋଗ ଦେବା ସହ ଦାବି ଜଣାଇବ। ଅପରପକ୍ଷେ ବିଧାୟକ ଦାଶ କହିଛନ୍ତି, ସେମିତି କିଛି ଖବର ନାହିଁ। ତେବେ ମୁଁ ଦଳର ଜଣେ ଶୃଙ୍ଖଳିତ କର୍ମୀ। ଦଳୀୟ ନିଷ୍ପତ୍ତି ଅନୁସାରେ କାମ କରିଥାଏ। ନିମାପଡ଼ା ନିର୍ବାଚନମଣ୍ଡଳୀରେ ମୁଁ ଲଗାତର ଭାବେ ତିନିଥର ଭାଜପା ପ୍ରାର୍ଥୀଙ୍କୁ ପରାଜିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri