Posted inଜାତୀୟ

୨୦୨୪ରେ ଭାଜପା ସରକାରକୁ ହଟାଇବୁ: ଲାଲୁ

ପାଟନା,୨୧।୯: ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବ ବୁଧବାର ଭାଜପାକୁ ଟାର୍ଗେଟ କରିଛନ୍ତି। ଆରଜେଡି ରାଜ୍ୟ ପରିଷଦ ବୈଠକରେ ସେ କହିଛନ୍ତି, ଅନେକ ଦଳ ନିଜ ଆଦର୍ଶରୁ ଓହରି ଭାଜପା ସହ ବୁଝାମଣା କରନ୍ତି। କିନ୍ତୁ ମୁଁ କେବେ ନଇଁ ନାହିଁ, କି ନଇଁବି ନାହିଁ। ମୁଁ ମୋର ଆଦର୍ଶ ଉପରେ ଦୃଢ ଭାବରେ ଠିଆ ହୋଇଛି। ଭାଜପା ଆମର ସବୁଠୁ ବଡ ଶତ୍ରୁ, ଯଦି  ନଇଁଥା’ନ୍ତି, ତେବେ ମୁଁ ଏତେ ଦିନ ଜେଲରେ ନ ଥା’ନ୍ତି।
ଲାଲୁ ଆହୁରି ମଧ୍ୟ କହିଛନ୍ତି, ସୋନିଆ ଗାନ୍ଧୀଙ୍କୁ ଭେଟିବା ପାଇଁ ନୀତୀଶ କୁମାରଙ୍କ ସହ ଶୀଘ୍ର ଦିଲ୍ଲୀ ଯିବି। ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ପରେ  ରାହୁଲଙ୍କୁ ମଧ୍ୟ ଭେଟିବି। ଆମେ ୨୦୨୪ରେ ଭାଜପା ସରକାରକୁ ହଟାଇ ଦେବୁ।
ଏହି ସମୟରେ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କହିଛନ୍ତି ଯେ, ୨୦୨୪ରେ ୪୦ ଆସନ ବିଶିଷ୍ଟ ଗ୍ରାଣ୍ଡ ଆଲାଇନ୍ସ ଜିତିଇବା ଆମର ଲକ୍ଷ୍ୟ। ଏଥିପାଇଁ ଆମକୁ ଲୋକଙ୍କ ସହ ଯୋଡି ହେବାକୁ ପଡିବ।
ସୂଚନାଯୋଗ୍ୟ, ଗତ ମାସରେ ବିହାରରେ ନୀତୀଶ କୁମାର ଭାଜପା ହାତ ଛାଡି ଆରଜେଡି ସହ ମିଶି ସରକାର ଗଢିଥିଲେ। ଏହା ପରଠାରୁ ନୀତୀଶ ସାରା ଦେଶରେ ଭାଜପା ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ଏହି କ୍ରମରେ ସେ ଦେଶର ଅନେକ ନେତାଙ୍କୁ ଭେଟି ଭାଜପା ହଟାଇବା ପାଇଁ ଏକତ୍ର ହେବାକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri