୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ ତୋଫାନ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ୭ ତାରିଖରୁ ବର୍ଷାର ବିସ୍ତୃତି ବଢିବ। ୭ ଓ ୮ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଆଜି ପାଇଁ ୬ଟି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

Share