Categories: ରାଜ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର,୧୭।୩: ରାଜ୍ୟର ୧୪ଟି ଜିଲ୍ଲାକୁ କାଳବୈଶାଖୀ ନେଇ ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ଜନିତ ବର୍ଷା ଲାଗି ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହାଫଳରେ ତାପମାତ୍ରାରେ ମଧ୍ୟ ସାମାନ୍ୟ ହ୍ରାସ ପରିବର୍ତ୍ତିତ ହେବ ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି। କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ସର୍ବାଧିକ ୫୯ ମିଲିମିଟର ବର୍ଷା ରେକର୍ଡ଼ ହୋଇଥିବାବେଳେ, ବରଗଡ଼ ଗାଇସିଲେଟରେ ୫୫, ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୫୩ ମିଲିମିଟର ବର୍ଷା ହୋଇଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Share