ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇ ଉତ୍ତର-ପୂର୍ବ ଦିଗକୁ ଗତି କରିପାରେ । ଆଉ ୨୪ଘଣ୍ଟାରେ ଏହାର ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ।

ଆଗାମୀ ୫ଦିନରେ ଓଡିଶାର କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨୪ଘଣ୍ଟାରେ ଦକ୍ଷିଣ ଓଡିଶା କିଛି ସ୍ଥାନରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

୨୫ତାରିଖରେ ଉତ୍ତର ଓଡ଼ିଶା କିଛି ଜିଲାରେ ବର୍ଷା ହେବ । ବାଲେଶ୍ୱର ଜିଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାତ୍ୟା ନେଇ ପାଣିପାଗ ବିଭାଗ ଏପର୍ଯ୍ୟନ୍ତ କିଛି ଆକଳନ କରିନାହିଁ । ଘଡଘଡି ବର୍ଷା ହେବା ବେଳେ ୩୦-୪୦କିଲୋମିଟର ବେଗରେ ପବନ ବହିପାରେ । ସେପଟେ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି।

Share