ଭୁବନେଶ୍ୱର,୧।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପଟେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କନ୍ଧମାଳର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି।