ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ।

ଆସନ୍ତାକାଲି ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରିକି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଏହି ୭ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଅନ୍ୟପକ୍ଷେ ବୁଧବାର ସାରୁ ପାଗ ବଦଳିବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଏବଂ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ବାତ୍ୟା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ସ୍ଥାନାନ୍ତରକୁ ଲୋକଙ୍କ ବିରୋଧ: ରାସ୍ତାରୋକୋ କଲେ ଉପଭୋକ୍ତା

ଭଦ୍ରକ, ୨୩।୪(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନ ବରପଦା ବଜାରରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଶାଖା ସ୍ଥାନାନ୍ତରକୁ ସ୍ଥାନୀୟ ଲୋକ ବିରୋଧ କରିଛନ୍ତି...

୩୩ ଦୋକାନ ସିଲ, ୬୦ ବେପାରୀଙ୍କୁ ନୋଟିସ: ରଦ୍ଦ ହେବ ଲାଇସେନ୍ସ

ଖୋର୍ଦ୍ଧା,୨୩।୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ପୁଣିଥରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଟାଉନ ହଲ୍‌ ନିକଟରେ ଥିବା ୬ଟି ଦୋକାନ ଘରକୁ...

ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼

ଶ୍ରୀନଗର,୨୩।୪: ପହଲଗାମ୍‌ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ...

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩...

ସକାଳୁଆ ଅଫିସ ନିର୍ଦ୍ଦେଶକୁ ଅବମାନନା: ୧୦ଟାରେ ଖୋଲୁଛି ଆରଡବ୍ଲୁଏସଏସ, ଆରଡି ଅଫିସ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧିକୁ ଦେଖି ସରକାର ବୁଧବାର (ଆଜି ଠାରୁ) ବିଦ୍ୟାଳୟ ଓ କଲେଜ ଗୁଡିକ ବନ୍ଦ ଘୋଷଣା କରିଛନ୍ତି। ଯେଉଁଠି ପରୀକ୍ଷା ଚାଲିଛି...

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ଆତଙ୍କବାଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା...

ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ବରଗଡ଼ ଜିଲା ଗସ୍ତ

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ) : ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଦୟାନିଧି ଦାଶ ଏବଂ ଅକ୍ଷୟ କୁମାର ବେହେରା ତିନି ଦିନିଆ ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି।...

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image