Advertisement

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଗାଡ଼ିଟି କୋକସରା ଥାନା ଚିଲିଗୁଡ଼ାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଭବାନୀପାଟଣା ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସେମାନଙ୍କ ଚିକିତ୍ସା ଜାରି ରହିଛି। ତେବେ ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share