ସପ୍ତାହେ ପରେ ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା, ଚିନ୍ତାରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ, ୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ଏହା ୧୧ ଶହରୁ କମ୍‌ ରହିଛି। ଏହା୧,୦୪୩ ରହିଛି। ଗୋଟିଏ ଦିନ ତଳେ ଏହା ୧,୩୨୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ସପ୍ତାହେ ପରେ ବଢ଼ି ୫୦ ରହିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ିବା ଯୋଗୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଚିନ୍ତା ବଢ଼ିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା କମି ୧୭ ହଜାର ୬୧୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୭ ହଜାର ୯୧୨ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୨୮୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧ ହଜାର ୭୨୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୯ ହଜାର ୭୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୫୪ ହଜାର ୬୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୭ ହଜାର ୯୪୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share