ପିକ୍‌ନିକ୍‌ କରିବାକୁ ଯାଇଥିଲେ: ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ବୋରିଗୁମ୍ମା,୨ା୧(ବିଜୟ ସାହୁ)- ବୋରିଗୁମ୍ମା ବ୍ଲକ୍‌ ଅନ୍ତର୍ଗତ ବିସିଂପୁର ଥାନା ଅଧୀନ ନକୁଳଗୁଡ଼ା ଗ୍ରାମରେ ନୂତନ ବର୍ଷରେ ପିକ୍‌ନିକ୍‌ ପାଇଁ ଯାଇଥିବା ଜଣେ ଯୁବକଙ୍କୁ ତାଙ୍କ ସାଙ୍ଗମାନେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ହେଲେ ଜଗନ୍ନାଥ ମାଝୀ(୩୦)। ଏ ନେଇ ୪ ଜଣଙ୍କୁ ଥାନାରେ ଅଟକ ରଖାଯାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଜଗନ୍ନାଥ ଓ ତାଙ୍କ ସାଙ୍ଗମାନେ ନୂତନବର୍ଷ ଉପଲକ୍ଷେ ଘର ପଛପଟେ ଭୋଜି କରୁଥିଲେ। ଗୁରୁବାର ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବା ବଗିଚାରେ ଜଗନ୍ନାଥଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ପରିବାର ଲୋକେ ବିସିଂପୁର ଥାନାରେ ଲିଖିତ ଅଭିଯୋଗ କରିଥିବା ବେଳେ ୦୧/୨୫ରେ ହତ୍ୟା ମାମଲା ରୁଜୁହୋଇଛି। କୋରାପୁଟରୁ ସାଇଣ୍ଟିଫିକ ଟିମ୍‌ ନକୁଳଗୁଡ଼ାରେ ପହଞ୍ଚି ଛାନ୍‌ଭିନ୍‌ କରିଥିଲା। ପିକ୍‌ନିକ୍‌ରେ ସାମିଲ ହୋଇଥିବା ଜଗନ୍ନାଥଙ୍କ ୪ ସାଙ୍ଗଙ୍କୁ ହତ୍ୟା କରିଥିବା ସନ୍ଦେହରେ ବିସିଂପୁର ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି ବୋଲି ଏସ୍‌ଡିପିଓ ତପସ୍ବିନୀ କହଁର ସୂଚନା ଦେଇଛନ୍ତି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ପୋଲିସ ହସ୍ତାନ୍ତର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ କାରବାରରେ ୮ ଗିରଫ, ପରିବାର ଲୋକେ ୪ ଘଣ୍ଟା ରାସ୍ତାରୋକ ସହିତ ଥାନା ଘେରାଉ

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ହାଡୁ ପଦର ଗ୍ରାମର କିଛି ଘରେ ପୋଲିସ ଚଢାଉ କରି...

ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର: ବିଜେଡି କଲା ସ୍ବାଗତ

ଭୁବନେଶ୍ୱର,୧୮।୩: ବହୁ ଚର୍ଚ୍ଚିତ ନବଦାସ ହତ୍ୟାକାଣ୍ଡ ମାମଲାରେ ଆଇନ ମନ୍ତ୍ରୀଙ୍କ ବୟାନ ପରେ ବିଜେଡିର ପ୍ରତିକ୍ରିୟା ଦେଇଛି। ବିଜେଡି କହିଛି, ପୂର୍ବରୁ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ...

ଅଫିସ୍‌ର ଜଣେ ମହିଳା କର୍ମଚାରୀଙ୍କୁ ଧରି ସ୍ବାମୀ ଫେରାର, ଥାନାରେ ଅଭିଯୋଗ କରି ସ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୩: ସ୍ବାାମୀ ଫେରାର ନେଇ ଥାନାରେ ଅଭିଯୋଗ କଲେ ସ୍ତ୍ରୀ। ଭୁବନେଶ୍ୱର ଚନ୍ଦକା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ସ୍ବାମୀ ଗତ ୧୬ ତାରିଖରୁ...

ମହାନଦୀ ଅବବାହିକାରେ ୭ ବ୍ୟାରେଜ୍ ନିର୍ମାଣ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୧୮।୩: ଜଳ ଉପଲବ୍ଧତା ଏବଂ ପରିଚାଳନା ବୃଦ୍ଧି ପାଇଁ ମହାନଦୀର ଶାଖା ନଦୀଗୁଡ଼ିକରେ ୭ଟି ନୂତନ ବ୍ୟାରେଜ୍ ନିର୍ମାଣ କରିବାକୁ ଓଡ଼ିଶା ସରକାର ଘୋଷଣା କରିଛନ୍ତି।ପଞ୍ଚାୟତିରାଜ...

ଆସୁଛି ବଡ଼ ବର୍ଷା: ଏହି ସବୁ ଜିଲାରେ ପ୍ରବଳ ଛେଚିବ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ...

ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବନିମ୍ନ ବୟସ ସୀମା ଧାର୍ଯ୍ୟ କଲେ ସରକାର

ଭୁବନେଶ୍ୱର,୧୮।୩: ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) 2020 କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାର ଏକ ଅଂଶ ସ୍ୱରୂପ, ପ୍ରଥମ...

ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ: ବୟାନ ରେକର୍ଡ କରାଯାଇଛି

ଭୁବନେଶ୍ୱର,୧୮।୩: ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ଆରମ୍ଭ ହୋଇଛି। ନବଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯାଇଛି। ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ...

ପ୍ରେମିକାଙ୍କ ଘର ଆଗରେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲେ ପ୍ରେମିକ

ନୟାଗଡ଼,୧୮।୩(ଲୋକନାଥ ମିଶ୍ର): ପ୍ରେମରେ ହୋଇଥିଲେ ବିଫଳ। ପ୍ରେମିକାଙ୍କ ଦୁଇ ଭଉଣୀ ଗାଳି ଗୁଳଜ କରି ମରିଯିବାକୁ କହିବାରୁ ପ୍ରେମିକ ଜଣକ ଦେହରେ ପେଟ୍ରୋଲ ଢାଳି ନିଆଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image