Posted inଜାତୀୟ

ମମତାଙ୍କ ସ୍ପେନ ଗସ୍ତକୁ ଭାଜପା କହିଲା ‘ସ୍ପେନିସ ଭ୍ୟାକେଶନ’

କୋଲକାତା,୧୬।୯: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଏକ ବିଜନେସ ଟ୍ରିପରେ ସ୍ପେନ ଯାଇଛନ୍ତି। ହେଲେ ଭାଜପା ତାଙ୍କ ଯାତ୍ରାକୁ ‘ସ୍ପେନିସ ଭ୍ୟାକେଶନ’ ବୋଲି କହି ଟାର୍ଗେଟ କରିଛି। ପଶ୍ଚିମବଙ୍ଗ ଭାଜପାର ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ସହଯୋଗୀମାନେ ସ୍ପେନରେ ଛୁଟିଦିନ ଉପଭୋଗ କରୁଛନ୍ତି ଏବଂ ପଶ୍ଚିମବଙ୍ଗବାସୀଙ୍କୁ ବୋକା ବନାଉଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଶୁଭେନ୍ଦୁ କହିଛନ୍ତି, କୌଣସି ଅଫିସିୟାଲ କାମ ଅବା ବିଜନେସ ମିଟିଂ ନାହିଁ, ହେଲେ ଏକ ପ୍ରେସ ରିଲିଜ ଜାରି କରାଯାଇ ପଶ୍ଚିମବଙ୍ଗରେ ଏଭଳି ପରିବେଶ ସୃଷ୍ଟି କରିବାକୁ ଚେଷ୍ଟା କରାଯାଉଛି କି ଅଫିସିୟାଲ କାମ ଅଛି।
ସୂଚନାଯୋଗ୍ୟ, ପୂର୍ବତନ ସାମ୍ବାଦିକ ତଥା ଟିଏମସି ମୁଖପାତ୍ର କୁନାଲ ଘୋଷ ମଧ୍ୟ ୩ ଦିନିଆ ସ୍ପେନ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମମତାଙ୍କ ସହ ଅଛନ୍ତି। ଏହା ବ୍ୟତୀତ ରାଜ୍ୟ ସରକାରୀ କର୍ମଚାରୀ ତଥା ପଶ୍ଚିମବଙ୍ଗର ଶିଳ୍ପପତି ତରୁଣ ଝୁନଝୁନୱାଲା, ଉମେଶ ଚୌଧୁରୀ, ଆଦିତ୍ୟ ଅଗ୍ରୱାଲ, ପ୍ରଶାନ୍ତ ମୋଦି ଏବଂ ଶାଶ୍ୱତ ଗୋୟଙ୍କା ମଧ୍ୟ ମୁଖ୍ୟମନ୍ତ୍ରୀ ମମତାଙ୍କ ସହ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri