Posted inଜାତୀୟ

ମହିଳାଙ୍କୁ ସୁରକ୍ଷା ଦେବାରେ ପଶ୍ଚିମବଙ୍ଗ ସରକାର ବିଫଳ, କାହିଁକି ଏମିତି କହିଲେ…

ନୂଆଦିଲ୍ଲୀ,୨୭।୮: ପଶ୍ଚିମବଙ୍ଗରେ ୪୮,୬୦୦ ବଳାତ୍କାର ଏବଂ ପୋକ୍‌ସୋ ମାମଲା ବିଚାର ଅପେକ୍ଷାରେ ପଡ଼ି ରହିଥିବାବେଳେ ମମତା ବାନାର୍ଜୀ ସରକାର ଅବଶିଷ୍ଟ ୧୧ଟି ଫାଷ୍ଟ-ଟ୍ରାକ୍‌ କୋର୍ଟ ପ୍ରତିଷ୍ଠା କରିବାରେ ବିଫଳ ହୋଇଥିବା କେନ୍ଦ୍ର କହିଛି। ମହିଳା ଓ ଝିଅମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିରାପତ୍ତା ପଦକ୍ଷେପ କାର୍ଯ୍ୟକାରୀ କରିବାରେ ବିଫଳତା ପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ସମାଲୋଚନା କରିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମମତା ଲେଖିଥିବା ପତ୍ରର ଜବାବରେ ସୋମବାର କେନ୍ଦ୍ର କହିଛି, ଉକ୍ତ ରାଜ୍ୟକୁ ୧୨୩ଟି ଫାଷ୍ଟ-ଟ୍ରାକ୍‌ କୋର୍ଟ ମଞ୍ଜୁର ହୋଇଥିଲା, କିନ୍ତୁ ସେଥିରୁ ଅଧିକାଂଶ କାର୍ଯ୍ୟକ୍ଷମ ନୁହେଁ। ଦେଶର ୩୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଗତ ଜୁନ୍‌ ସୁଦ୍ଧା ୪୦୯ ପୋକ୍‌ସୋ କୋର୍ଟ ସମେତ ୭୫୨ ଫାଷ୍ଟଟ୍ରାକ୍‌ କୋର୍ଟ କାର୍ଯ୍ୟ କରୁଛି। ଏହି କୋର୍ଟଗୁଡ଼ିକ ଜରିଆରେ ୨,୫୩,୦୦୦ରୁ ଅଧିକ ମାମଲାର ଫଇସଲା ହୋଇଛି। ବଳାତ୍କାର ଓ ଶିଶୁ ଯୌନ ଅପରାଧ ମାମଲାର ସମାଧାନ ପାଇଁ ଏହି ଯୋଜନାରେ ପଶ୍ଚିମବଙ୍ଗକୁ ୨୦ ପୋକ୍‌ସୋ କୋର୍ଟ ଏବଂ ୧୦୩ଟି ଫାଷ୍ଟଟ୍ରାକ୍‌ କୋର୍ଟ ମଞ୍ଜୁର ହୋଇଥିଲା। ୨୦୨୩ ଜୁନ୍‌ ପର୍ଯ୍ୟନ୍ତ କୌଣସି କୋର୍ଟ କାର୍ଯ୍ୟକ୍ଷମ ହୋଇ ନ ଥିଲା।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖି ଦେଶରେ ବଳାତ୍କାର ସଂଖ୍ୟା ବଢ଼ୁଥିବା ନେଇ ଚିନ୍ତାବ୍ୟକ୍ତ କରିବା ସହ ତ୍ୱରିତ୍‌ ନ୍ୟାୟ ସୁନିଶ୍ଚିତ କରିବାରେ ପ୍ରସ୍ତାବିତ ଆଇନ କେତେ ସକ୍ଷମ ବୋଲି ପ୍ରଶ୍ନ ଉଠାଇଥିଲେ। ଦେଶରେ ଦୈନିକ ହାରାହାରି ୯୦ ବଳାତ୍କାର ଘଟୁଛି, ଯାହା ସମାଜର ଆତ୍ମବିଶ୍ୱାସ ଓ ବିବେକକୁ ଦୋହଲାଇଦେଇଛି। ମହିଳାମାନେ ଯେପରି ସୁରକ୍ଷିତ ଓ ନିରାପଦ ଅନୁଭବ କରିବେ, ସେଥିପାଇଁ ଏଭଳି ଅପରାଧକୁ ବନ୍ଦ କରାଇବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି ମମତା ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri