ନୀରଜ ଚୋପ୍ରାଙ୍କୁ କ’ଣ ମାଗିଲେ ମୋଦି, କଥା ଦେଲେ ଖେଳାଳି

ନୂଆଦିଲ୍ଲୀ,୫।୭: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଅଂଶଗ୍ରହଣ କରୁଥିବା ଭାରତୀୟ ଦଳର ଖେଳାଳିଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଥାବାର୍ତ୍ତା କରିଥିଲେ। ପିଏମ ମୋଦି ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିବାକୁ ଭାରତୀୟ ଆଥଲେଟମାନଙ୍କୁ ପ୍ରେରଣା ଦେଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରାଙ୍କୁ ତାଙ୍କ ମା’ଙ୍କ ହାତ ତିଆରି ଚୁର୍ମା ଖାଇବାକୁ ଦାବି କରିଥିଲେ। ଏହା ଉପରେ ନୀରଜ ପ୍ରଧାନମନ୍ତ୍ରୀଙ୍କୁ ଚୁର୍ମା ଖୁଆଇବାକୁ ପ୍ରତିଶୃତି ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ବାସଭବନରେ ଭାରତୀୟ ଦଳ ସହ ଯୋଗାଯୋଗ କରିଥିବା ବେଳେ କିଛି ଆଥଲେଟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ, ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁ, ଲୋଭଲିନା ବୋର୍ଗୋହେନ ଏବଂ ବିଶ୍ୱ ଚାମ୍ପିୟନ ଜାଭେଲିନ ଥ୍ରୋରେ ନୀରଜ ଚୋପ୍ରା। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଷ୍ଟାର ଆଥଲେଟ ନୀରଜ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିଶୃତି ଦେଇଛନ୍ତି ଯେ ଅଲିମ୍ପିକ୍ସରୁ ଫେରିବା ପରେ ସେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପାଇଁ ଘରେ ତିଆରି ’ଚୁର୍ମା’ ଆଣିବେ।
ଏହା ଉପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ‘ମୁଁ ତୁମ ମାଆଙ୍କ ଦ୍ୱାରା ପ୍ରସ୍ତୁତ ଚୁରମା ଖାଇବାକୁ ଚାହୁଁଛି।’ ଅଲିମ୍ପିକ୍ସରୁ ଫେରିବା ପରେ ସେ ହରିୟାଣାର ସ୍ଥାନୀୟ ଘି ସହିତ ପ୍ରସ୍ତୁତ ଚୁର୍ମାକୁ ପ୍ରଧାନମନ୍ତ୍ରୀଙ୍କୁ ଖାଇବାକୁ ଦେବେ ବୋଲି ନୀରଜ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ରମିତା ଜିନ୍ଦଲ (ଏୟାର ରାଇଫଲ ଶୁଟିଂ), ରିତିକା ହୁଡା (କୁସ୍ତି), ଆନନ୍ଦ ପାଙ୍ଗଲ (କୁସ୍ତି), ନିଖତ ଜରିନ (ବକ୍ସିଂ) ଇତ୍ୟାଦି କିଛି ନୂତନ ଖେଳାଳିଙ୍କ ସହ ମଧ୍ୟ କଥାବାର୍ତ୍ତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri