କ’ଣ ହେବ ଅର୍ପଣ ଚାଉଳ: ଏମିତି କହିଲେ ଆଇନମନ୍ତ୍ରୀ

ଭୁବନେଶ୍ୱର,୩।୮: ଜଗନ୍ନାଥ ପ୍ରେମୀ ଦେଇଥିବା ‘ଅର୍ପଣ ଚାଉଳ’ ଖତ ଖାଉଥିବା ଖବର ଗଣମାଧ୍ୟମରେ ପ୍ରସାର ହେବା ପରେ ଶନିବାର ଆଇନମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି ।
ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ସେନେଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ଖୁବଶୀଘ୍ର ଏହାକୁ ନେଇ ପରିଚାଳନା କମିଟି ବସିବ  । କମିଟି ବସିବା ପରେ ଯାହା ପରାମର୍ଶ ଆସିବ ତାକୁ  ସରକାର ଗ୍ରହଣ କରିବେ  ।
ଅର୍ପଣ ଚାଉଳ ଭଗବାନଙ୍କ ପାଖରେ ଅର୍ପଣ ହେବାର ଯୋଗ୍ୟ ନୁହେଁ  । ପୂର୍ବରୁ ମଧ୍ୟ ଏହା କୁହାଯାଇଛି । କିନ୍ତୁ ପୂର୍ବ ସରକାର ଏହା ଶୁଣିବାକୁ ନାରାଜ ଥିଲେ  । କିଛି ଶୁଣିବାକୁ ପ୍ରସ୍ତୁତ ନଥିଲେ ଏବଂ ନିଜ ଜିଦରେ ଅଟଳ ଥିଲେ  । ଖେଚୁଡ଼ି ଭୋଗ କରି ଠାକୁରଙ୍କ ପାଖେ ଭୋଗ କରିବାକୁ ଚେଷ୍ଟା ଚଳାଇଥିଲେ । କିନ୍ତୁ ଅର୍ପଣ ଚାଉଳ ପ୍ରସାଦ ଯୋଗ୍ୟ ନୁହେଁ ବୋଲି ସେବାୟତମାନେ ମଧ୍ୟ ଅସନ୍ତୋଷ ବ୍ୟକ୍ତ କରିଥିଲେ  ବୋଲି ଆଇନମନ୍ତ୍ରୀ କହିଛନ୍ତି । ତେବେ ଖୁବଶୀଘ୍ର ଏହାକୁ ନେଇ ପରିଚାଳନା କମିଟି ବସିବ  । କମିଟି ବସିବା ପରେ ଯାହା ପରାମର୍ଶ ଦିଆଯିବ ସରକାର ତାହା ଗ୍ରହଣ କରିବେ ବୋଲି ମନ୍ତ୍ରୀ କହିଛନ୍ତି ।
ଏଫସିଆଇ ଗୋଦାମରେ ହଜାର ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ଗଦା ହୋଇଛି  । ଏହା ବାବଦରେ ସ୍ପଷ୍ଟ ନିଷ୍ପତ୍ତି ହେବା ଆବଶ୍ୟକ ରହିଛି  । ସେ ଚାଉଳ ଖରାପ ହେବା ଆରମ୍ଭ ହେଲାଣି  । ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେ ଚାଉଳର ସଦୁପଯୋଗ କେମତି ହେବ, ପରିଚାଳନା କମିଟି ନିଷ୍ପତ୍ତି ନେଇସାରିବା ପରେ ସରକାର ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି ।
Share