Categories: ଖେଳ

ଆଜି ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

କୋଲକତା,୧୨।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଜାନୁଆରୀ ୧୨ରେ ଖେଳାଯିବ। ଏହି ମ୍ୟାଚ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଅନୁଷ୍ଠିତ ହେବ। ଏହି ମ୍ୟାଚ ଶ୍ରୀଲଙ୍କା ପାଇଁ କର ବା ମର ହେବ। ଯଦି ଭ୍ରମଣକାରୀ ଦଳ ଏହି ମ୍ୟାଚରେ ପରାଜିତ ହେବ, ତେବେ ସିରିଜ୍‌ ହାରିବ। ଗୁଆହାଟିରେ ଖେଳାଯାଇଥିବା ପ୍ରଥମ ମ୍ୟାଚ ଜିତିବା ପରେ ସିରିଜରେ ଭାରତ ୧-୦ରେ ଆଗୁଆ ରହିଛି।
ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏହି ମ୍ୟାଚ ଭାରତୀୟ ସମୟ ଦିନ ୧.୩୦ରୁ ଆରମ୍ଭ ହେବ। ଏଥି ସହିତ ଷ୍ଟାର ସ୍ପୋର୍ଟସ ନେଟୱାର୍କରେ ଏହି ମ୍ୟାଚ ସିଧା ପ୍ରସାରଣ ହେବ। ଦର୍ଶନମାନେ ଡିଜ୍‌ନୀ ପ୍ଲସ ହଟଷ୍ଟାରରେ ଲାଇଭ ଷ୍ଟ୍ରିମିଂ ଦେଖିପାରିବେ। ଏହା ବ୍ୟତୀତ ପ୍ରଶଂସକମାନେ ଡିଡି ସ୍ପୋର୍ଟସରେ ମାଗଣା ଲାଇଭ ପ୍ରସାରଣ ଦେଖିପାରିବେ।

Share