ଚାଷକାମ ସାରି ଘରକୁ ଫେରୁଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଚାଷୀଙ୍କ ଜୀବନ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବ୍ଲକ ପୁବୁସାହି ପଞ୍ଚାୟତ ଜୟମଙ୍ଗଳ ଗ୍ରାମରେ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ବୟ ହେଲେ ନାରଣ ପ୍ରଧାନ(୬୨) ଓ ସରୋଜ ଜେନା(୪୨)।
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସହ ଘଡ଼ଘଡ଼ି ଜାରି ରହିଛି। ଆଜି ଉଭୟ ବିଲରେ ଚାଷ କାମ ସାରି ଘରକୁ ଫେରୁଥିବା ବେଳେ ବଜ୍ରପାତ ହୋଇଥିଲା। ଉଭୟ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଟାଉନ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଖବରପାଇ ଜଟଣୀ ବିଧାୟକ ବିଭୂତି ବଳବନ୍ତରାୟ ପହଞ୍ଚି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ବନା ଦେଇଥିଲେ। ଆର୍ଥିକ ସହଯୋଗ ପାଇଁ ଜିଲା ପ୍ରଶାସନଙ୍କୁ ଅନୁରୋଧ କରିଛନ୍ତି। ଗ୍ରାମରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri