ଷଣ୍ଢକୁ ବଞ୍ଚାଇବାକୁ ଯାଇ କାର ଜଳିଲା, ପୂରା ଘଟଣା ଜାଣିଲେ

ପୁରୀ,୪।୮: ପୁରୀ ଜିଲା ପିପିଲି ଅନ୍ତର୍ଗତ ଦାଣ୍ଡମୁକୁନ୍ଦପୁର ବାହାବଜା ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ଏକ ଷଣ୍ଢକୁ ବଞ୍ଚାଇବାକୁ ଯାଇ କାର ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଦୁର୍ଘଟଣା ପରେ କାରରେ ନିଆଁ ଲାଗି ଚାହୁଁଚାହୁଁ କାର ହୁତୁ ହୁତୁ ହୋଇ ଜଳିଯାଇଛି। ତେବେ ସୌଭାଗ୍ୟବଶତଃ କାରରେ ଥିବା ଯାତ୍ରୀଙ୍କ ଜୀବନ ବଞ୍ଚିଯାଇଛି।

ଭୁବନେଶ୍ବରରୁ ପୁରୀ ଅଭିମୁଖେ ଓଲା ସ୍କୁଟି ଓ କାର୍‌ ଆସୁଥିଲା। ଏହି ସମୟରେ ହଠାତ୍‌ ରାସ୍ତା ଉପରକୁ ଏକ ଷଣ୍ଢ ପଳାଇ ଆସିଥିଲା । ଫଳରେ କାର୍‌ ଡ୍ରାଇଭର ଗାଡ଼ି ବାମପଟକୁ କାଟିବାରୁ ସ୍କୁଟିରେ ମାଡ଼ ହୋଇଥିଲା। ଦୁର୍ଘଟଣାପରେ ୨ ଗାଡ଼ି ରାସ୍ତାକଡ଼କୁ ଖସି ପଡ଼ିଥିଲା। କାରରେ ହଠାତ୍‌ ନିଆଁଲାଗି ଯାଇଥିଲା। ପିପିଲି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କାରରେ ୩ ମାସର ଛୁଆକୁ ମିଶାଇ ୪ ଜଣ ଥିଲେ। ଏହି ଦୁର୍ଘଟଣାରେ କାହାର କୌଣସି କ୍ଷତି ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ...

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ...

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ...

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ...

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image