କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। ତେବେ ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର ୧ ତାରିଖ ଦିନ ପୟାଶ୍ରାଦ୍ଧ ଓ ଦୀପାବଳୀ ପାଳନ କରାଯିବ । ସାଧରଣତଃ ପ୍ରତ୍ୟୁଷ ଓ ପ୍ରଦୋଷ ସମୟକୁ ଭିତ୍ତି କରି ଅମାବାସ୍ୟା ଗଣନା ହୋଇଥାଏ। ଅକ୍ଟୋବର ୩୧ ଅପରାହ୍ନ ସମୟରେ ଅମାବାସ୍ୟା ରହୁଥିଲେ ମଧ୍ୟ ପ୍ରତ୍ୟୁଷ ସମୟକୁ ଅମାବାସ୍ୟା ରହୁନଥିବାରୁ ସେହି ଦିନ କେବଳ ଶ୍ୟାମାକାଳୀ ପୂଜା ଅନୁଷ୍ଠିତ ହେବ । ତେବେ ନଭେମ୍ବର ୧ରେ ଅମାବାସ୍ୟା ଉଦୟ ପର୍ବରେ ଥିବାରୁ ଶ୍ରୀମନ୍ଦିରରେ ସେହିଦିନ ପୟାଶ୍ରାଦ୍ଧ ସହ ଦୀପାବଳି ଅମାବାସ୍ୟା ପଳନ କରାଯିବ ବୋଲି ମୁକ୍ତିମଣ୍ଡପ ପଣ୍ଡିତ ସଭାର ପୂର୍ବତନ ସମ୍ପାଦକ କହିଛନ୍ତି । ଏହାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତିକାନ୍ତି ସହ ଦର୍ଶନ ବ୍ୟବସ୍ଥା ମଧ୍ୟ କରାଯାଇଛି ।

Share