Posted inଜାତୀୟ

କେଉଁ ଆଡ଼କୁ ଢଳୁଛନ୍ତି ନୀତୀଶ: ଜଣାପଡ଼ୁନି ମତିଗତି

ଇମ୍ଫାଲ,୨୩ା୧:୨୦୨୨ ମଣିପୁର ବିଧାନସଭା ନିର୍ବାଚନରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ୬ ଆସନ ଜିତିଥିଲା। କିଛି ଦିନ ପରେ ୫ ଜେଡିୟୁ ବିଧାୟକ ଦଳବଦଳ କରି ଭାଜପାରେ ମିଶିଥିଲେ। ସେମାନଙ୍କୁ ମିଶାଇ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌.ବୀରେନ୍‌ ସିଂଙ୍କ ନିକଟରେ ୩୭ ଭାଜପା ବିଧାୟକ ରହିଛନ୍ତି। ଦଳବଦଳକାରୀଙ୍କ ବିରୋଧରେ ଜେଡିୟୁ ବାଚସ୍ପତିଙ୍କ ଦ୍ୱାରସ୍ଥ ହୋଇଥିଲା। ବାଚସ୍ପତି ଏହା ଉପରେ କୌଣସି ନିଷ୍ପତ୍ତି ନେଇ ନ ଥିବାରୁ ବୁଧବାର ଜେଡିୟୁ ବିଧାୟକ ମହମ୍ମଦ ଅବ୍‌ଦୁଲ ନାସିର ସରକାରରୁ ସମର୍ଥନ ପ୍ରତ୍ୟାହାର କରି ବିରୋଧୀ ବେଞ୍ଚ୍‌ରେ ବସିବାକୁ ନିଷ୍ପତ୍ତି ନେଇଥିଲେ। ଏନେଇ ମଣିପୁର ଜେଡିୟୁ ଶାଖା ମୁଖ୍ୟ କେ. ବୀରେନ୍‌ ସିଂ ରାଜ୍ୟପାଳ ଅଜୟ କୁମାର ଭାଲ୍ଲାଙ୍କୁ ପତ୍ର ଲେଖିଥିଲେ। ଫଳରେ ଆସନ୍ତା ଅକ୍ଟୋବରରେ ହେବାକୁ ଥିବା ବିହାର ବିଧାନସଭା ନିର୍ବାଚନରେ ନୀତୀଶ ଏନ୍‌ଡିଏଠାରୁ ସମର୍ଥନ ପ୍ରତ୍ୟାହାର କରି ପୁଣି ମହାମେଣ୍ଟକୁ ଫେରିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ତେବେ ଏହାର କିଛି ସମୟ ପରେ ଜେଡିୟୁ କେ. ବୀରେନ୍‌ ସିଂଙ୍କୁ ପଦରୁ ହଟାଇଦେଇଛି। ଜେଡିୟୁ ରାଷ୍ଟ୍ରୀୟ ମୁଖପାତ୍ର ରାଜୀବ ରଞ୍ଜନ କହିଛନ୍ତି, ଦଳୀୟ ବିଶୃଙ୍ଖଳା ଯୋଗୁ ତାଙ୍କୁ ପଦରୁ ଅବ୍ୟାହତି ଦିଆଯାଇଛି। ଜେଡିୟୁ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ପୂର୍ବଭଳି ଭାଜପା ନେତୃତ୍ୱାଧୀନ ସରକାରଙ୍କୁ ସମର୍ଥନ ବଜାୟ ରଖିବ। ରାଷ୍ଟ୍ରୀୟ ଜେଡିୟୁର ଏହି ପଦକ୍ଷେପ ପରେ କଂଗ୍ରେସ ଏବଂ ଆର୍‌ଜେଡି ନୀତୀଶଙ୍କ ପରବର୍ତ୍ତୀ କାର୍ଯ୍ୟପନ୍ଥା ଉପରେ ନଜର ରଖିଛନ୍ତି। ‘ପଲ୍‌ଟୁରାମ’ ନାମରେ ପରିଚିତ ନୀତୀଶଙ୍କ ମତିଗତି ଜଣାପଡ଼ୁ ନ ଥିବାରୁ ସେ ଆଗକୁ କେଉଁ ଆଡ଼କୁ ଢ଼ଳୁଛନ୍ତି ତା’କୁ ନେଇ ଚର୍ଚ୍ଚା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri