ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଘେରିଛନ୍ତି।

ସେ କହିଛନ୍ତି, ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ୪ ଦ୍ବାର ଖୋଲାଯିବ ଏନେଇ ଆମ ଦଳ ପ୍ରତିଶ୍ରୁତି ଦେଉଛି। ରତ୍ନଭଣ୍ଡାରର ସବୁ ସମ୍ପତ୍ତି ପ୍ରଭୁ ଜଗନ୍ନାଥଙ୍କର, ହେଲେ ବିଜେଡି ଭଣ୍ଡାରର ଚାବି ହଜେଇ ଦେଇଛି। ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଯାଞ୍ଚ ରିପୋର୍ଟ ସାର୍ବଜନୀନ କରାଯିବ। ଏଥି ସହିତ ରତ୍ନଭଣ୍ଡାର ଲୁଟେରାଙ୍କ ପ୍ରତି କଡ଼ା ଦଣ୍ଡବିଧାନ ହେବ।

Share