କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ

ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ କୁଟ୍ଟେ।

ପୁରା ନାଁ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ (Dhirendra Sambhaji Kutey)। ୨୦୧୯ ଅକ୍ଟୋବର ୨୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇଁ ନିୟୋଜିତ ହୋଇଥିଲେ। ନିଜ କାର୍ଯ୍ୟକାଳ ମଧ୍ୟରେ ସିଏମଙ୍କ Officer on Special Duty (OSD) ହେବାରେ ସେ ପ୍ରଥମ ଆଇପିଏସ ଅଫିସର ଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ସମ୍ମାନିତ ହୋଇଥିଲେ। ଏହା ପୂର୍ବରୁ ସେ ରାଜ୍ୟ ପରିବହନ କମିଶନର, IG Operation ଓ ଓଡ଼ିଶା ପୋଲିସର ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ରାଉରକେଲା, ଯାଜପୁର ଓ ଗଜପତିର ମଧ୍ୟ ଏସପି ରହି ଆସିଛନ୍ତି। ଏହିସବୁ ଜିଲାରେ ଏସପିଥିବାବେଳେ ଅପରାଧ ଓ ଅପରାଧୀଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ସେ ସବୁଠି ପ୍ରଶଂସା ସାଉଁଟିଛନ୍ତି।

ସୂଚନାଥାଉ କି, ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ସସପେଣ୍ଡ କରାଯାଇଛି। ସସପେଣ୍ଡ କାଳରେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସରେ ରହି ସେ କାର୍ଯ୍ୟ କରିବେ। କାଲି ଦିନ ୩ଟା ସୁଦ୍ଧା ସେଠାରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri