କିଏ ସେ ମୋହନ ମାଝୀ? ଯିଏ ହେବାକୁ ଯାଉଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୧୧।୬: ମୋହନ ଚରଣ ମାଝୀ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଏନେଇ ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି। ଜୁନ ୪ ନିର୍ବାଚନ ଫଳାଫଳ ଆସିବା ପରଠାରୁ କାହାକୁ ଭାଜପା ମୁଖ୍ୟମନ୍ତ୍ରୀ କରିବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଅନେକ ତୁଙ୍ଗ ନେତା ଏହି ରେସ୍‌ରେ ଥିଲେ। ହେଲେ ସବୁ ଚର୍ଚ୍ଚାରେ ବିରାମ ଲଗାଇ ଦଳ ମୋହନଙ୍କୁ ବିଧାୟକ ଦଳ ନେତା ଭାବେ ଚୟନ କରିଛି। ଏମିତିରେ ସେ କିଏ ତାହାକୁ ନେଇ ଉତ୍କଣ୍ଠା ବଢ଼ିଛି।

୧୯୭୨ ଜାନୁଆରୀ ୬ ରେ ଜନ୍ମିତ ମୋହନ ଚରଣ ମାଝୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ରହିଆସିଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ କେନ୍ଦୁଝର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା:
ମୋହନ ମାଝୀ ୧୯୭୨ ମସିହାର ଜାନୁଆରୀ ୬ରେ କେନ୍ଦୁଝର ଜିଲାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ। ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ହେଉଛି କଳାରେ ସ୍ନାତକ, ଏଥିସହ ସେ ଆଇନ ଶିକ୍ଷା(ଏଲ୍‌ଏଲ୍‌ବି) ମଧ୍ୟ କରିଛନ୍ତି । ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାରାଣ୍ଡି।

ରାଜନୈତିକ ଜୀବନ:
ମୋହନ ମାଝୀ ଓଡ଼ିଶା ବିଧାନ ସଭାରେ ଭାଜପାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି। ସେ ଓଡ଼ିଶା ବିଧାନ ସଭାପାଇଁ ହୋଇଥିବା ନିର୍ବାଚନରେ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ୨୦୦୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାଜପାର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୪ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାଜପାର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ। ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ।
୨୦୧୯ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ଗତ ୨୦୨୪ ନିର୍ବାଚନରେ ମଧ୍ୟ ସେ ବିପୁଳ ଭୋଟ୍‌ରେ ବିଜୟୀ ହୋଇ ବିଧାୟକ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ନବୀନଙ୍କୁ ଭେଟି କ’ଣ କହିଲେ ମନ୍ମମଥଙ୍କ ପତ୍ନୀ

ଭୁବନେଶ୍ୱର,୧୧।୩: ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ସୁର ରାଉତ ରାୟଙ୍କ ପୁଅ ମନ୍ମମଥ ନିକଟରେ ବିବାହ କରିଛନ୍ତି। ତେବେ ସେ ତାଙ୍କ ପତ୍ନୀଙ୍କୁ ନେଇ ବିଜେଡି...

୧୧ ବର୍ଷରେ ୩୮ ହାତେଇଛନ୍ତି ଜିଏ ପ୍ଲଟ

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ଗତ ୧୧ବର୍ଷ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮ ଜଣଙ୍କୁ ଜିଏ ପ୍ଲଟ ଆବଣ୍ଟନ କରାଯାଇଛି। ସେଥିମଧ୍ୟରେ ୧୩ଜଣ ବ୍ୟକ୍ତିବିଶେଷ ରହିଥିବାବେଳେ ୨୫ ଅନୁଷ୍ଠାନ...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ...

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଚିନ୍ତା:ଅପେକ୍ଷାରେ ୨୩, ଛାଡ଼ୁନାହାନ୍ତି ୯

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ପ୍ରାୟ ୯ ମାସ ବିତିବାକୁ ବସିଲାଣି। ହେଲେ ଏପର୍ଯ୍ୟନ୍ତ ସମସ୍ତ ୧୪୭ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ମିଳିପାରି ନାହିଁ।...

ଆଜିଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ): ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ...

ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ ପରେ ଜାମିନ

ଭୁବନେଶ୍ୱର,୧୧।୩(ସତ୍ୟଜିତ୍‌ ରାଉତ): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡ୍‌ରେ ‘ଧରିତ୍ରୀ ଲାଇଭ୍‌’ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ସହ ଗାଡ଼ି କ୍ଷତିଗ୍ରସ୍ତ କରି କ୍ୟାମେରା ଭାଙ୍ଗିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରୀ ସେଲସିୟସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri