ଓଡ଼ିଶାରୁ କାହାକୁ ମିଳିବ ମୋଦି କ୍ୟାବିନେଟରେ ସ୍ଥାନ, ଚର୍ଚ୍ଚାରେ ଏହି ୩ ନାଁ

ଭୁବନେଶ୍ୱର,୮।୬: ଓଡ଼ିଶାରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ଅନ୍ୟପଟେ କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ରବିବାର ଅପରାହ୍ନ ୫ ଟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ସୂତ୍ର ଅନୁଯାୟୀ, ଅନେକ ସହଯୋଗୀ ଦଳର ଏମ୍‌ପିମାନେ ମଧ୍ୟ ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି। ସେହିପରି ଓଡ଼ିଶାରୁ ମଧ୍ୟ କେତେକ ନେତାଙ୍କୁ ମୋଦି କ୍ୟାବିନେଟରେ ସ୍ଥାନ ମିଳିପାରେ। ଧର୍ମେନ୍ଦ୍ର, ବୈଜୟନ୍ତ, ଅପରାଜିତାଙ୍କ ସମେତ ବହୁ ହେଭିୱେଟଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ଏଥିସହ ଭର୍ତ୍ତୃହରିଙ୍କୁ ବାଚସ୍ପତି ପଦ ମିଳିବା ନେଇ କୁହାଯାଉଛି।

ଏନଡିଏର ସହଯୋଗୀ ତେଲୁଗୁ ଦେଶମ ପାର୍ଟି (ଟିଡିପି), ଜନତା ଦଳ ୟୁନାଇଟେଡ (ଜେଡିୟୁ) ଏବଂ ଜନତା ଦଳ ସମେତ ଅନ୍ୟ ଦଳ ଭାଜପା ସମ୍ମୁଖରେ ନିଜର ଦାବି ଉପସ୍ଥାପନ କରିଛନ୍ତି। ତେବେ କେଉଁ ଦଳ କେଉଁ କ୍ୟାବିନେଟରେ ମନ୍ତ୍ରୀ ପଦ ପାଇବାକୁ ଯାଉଛନ୍ତି ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ। ଆଜି ଅନୁଷ୍ଠିତ ହେବାକୁ ଥିବା ଭାଜପାରର ସଂସଦୀୟ ବୋର୍ଡ ବୈଠକରେ ସ୍ପଷ୍ଟ ଚିତ୍ର ଜଣାପଡିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri