କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ଅଗଷ୍ଟ ୧୫ ତାରିଖ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅନ୍ୟମାନେ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ଏ ନେଇ ଗୃହ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ରାଜ୍ୟର ୨୦ଜଣ ମନ୍ତ୍ରୀ ବିଭିନ୍ନ ଜିଲାରେ, ରାଉରକେଲା ଓ ବ୍ରହ୍ମପୁରରେ ୨ଜଣ ଆର୍‌ଡିସି ଏବଂ ୧୦ଟି ଜିଲାରେ ଜିଲାପାଳମାନେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିବା ସହ ପରେଡ ଅଭିବାଦନ ଗ୍ରହଣ କରିବେ।
ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ ଓ ପରେଡ ଅଭିବାଦନ ଗ୍ରହଣ କରିବେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା କନ୍ଧମାଳରେ ପତାକା ଉତ୍ତୋଳନ କରିବା ବେଳେ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ପୁରୀ, କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କୋରାପୁଟ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଗଞ୍ଜାମ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବରଗଡ଼, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ସମ୍ବଲପୁର, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କେନ୍ଦୁଝର ଏବଂ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଅନୁଗୋଳ ଜିଲାରେ ପତାକା ଉତ୍ତୋଳନ କରିବେ। ସେହିପରି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ରାୟଗଡ଼ା ଜିଲାରେ ପତାକା ଉତ୍ତୋଳନ କରିବା ବେଳେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଜଗତ୍‌ସିଂହପୁର, ଭିନ୍ନକ୍ଷମ ଓ ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ବଲାଙ୍ଗୀର, ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ସୁନ୍ଦରଗଡ଼, ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କଟକ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବାଲେଶ୍ୱର, ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ ଝାରସୁଗୁଡ଼ା, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ମୟୂରଭଞ୍ଜ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ କଳାହାଣ୍ଡି, କ୍ରୀଡ଼ା ଓ ଯୁବସେବା ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ମାଲକାନଗିରି, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ସୋନପୁର ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଢେଙ୍କାନାଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ଜାତୀୟ ପତାକା ଉତ୍ତୋଳନ ସହ ପରେଡ୍‌ ଅଭିବାଦନ ଗ୍ରହଣ କରିବେ। ସେହିପରି ଭଦ୍ରକ, ବୌଦ୍ଧ, ଦେବଗଡ଼,ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଙ୍ଗପୁର ଓ ନୟାଗଡ଼ ଜିଲାରେ ସମ୍ପୃକ୍ତ ଜିଲାପାଳ ଏବଂ ବ୍ରହ୍ମପୁର ଓ ରାଉରକେଲାରେ ଯଥାକ୍ରମେ ଦକ୍ଷିଣାଞ୍ଚଳ ଆର୍‌ଡିସି ଓ ଉତ୍ତରାଞ୍ଚଳ ଆର୍‌ଡିସି ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ ଅଭିବାଦନ ଗ୍ରହଣ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର,୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ,...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri