Posted inଜାତୀୟ

ଆଶିଷଙ୍କ ଜାମିନକୁ କାହିଁକି କରାଯାଇ ନାହିଁ ବିରୋଧ, ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ସମାଲୋଚନା…

ନୂଆଦିଲ୍ଲୀ, ୩୦।୩ : ଲଖୀମପୁର ଖେରୀ ମାମଲାରେ ଆଶିଷ ମିଶ୍ରଙ୍କ ଉପରେ ପୁଣି ଖଣ୍ଡା ଝୁଲିବାରେ ଲାଗିଛି। ଆଶିଷ ମିଶ୍ରଙ୍କ ଜାମିନ ଖାରଜ ପାଇଁ କରାଯାଇଥିବା ଆବେଦନର ବିଚାର ସୁପ୍ରିମକୋର୍ଟ ଏପ୍ରିଲ ୪ରେ ଶୁଣାଣି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ବର୍ଷ ଅକ୍ଟୋବର ୩ ରେ ଲଖୀମପୁର ଖେରୀରେ ଏହି ଘଟଣା ଘଟିଥିଲା।

ବୁଧବାର କୋର୍ଟ କହିଛନ୍ତି ଯେ ଏହା ଦ୍ୱାରା ଗଠିତ କମିଟି ଆଶିଷ ମିଶ୍ରଙ୍କ ଜାମିନ ଖାରଜ କରିବାକୁ ମଧ୍ୟ ସୁପାରିଶ କରିଛନ୍ତି। ଲଖୀମପୁର ଖେରୀ ଘଟଣା ଉପରେ ନଜର ରଖିବା ପାଇଁ ଏହି କମିଟି ଗଠନ କରାଯାଇଥିଲା।
ଏଥିସହ ସୁପ୍ରିମକୋର୍ଟ ମଧ୍ୟ ଆଶିଷ ମିଶ୍ରଙ୍କ ଜାମିନ ଖାରଜ ନକରି ଥିବାରୁ ୟୁପି ସରକାରଙ୍କୁ ସମାଲୋଚନା କରିଛନ୍ତି।

ମୃତ କୃଷକଙ୍କ ସମ୍ପର୍କୀୟଙ୍କ ପକ୍ଷରୁ ଆଇନଜୀବୀ ଦୁଶାନ୍ତ ଦୁବେ କହିଛନ୍ତି ଯେ ମନ୍ତ୍ରୀ ଅଜୟ ମିଶ୍ର ପ୍ରଭାବଶାଳୀ ।

ପ୍ରଧାନ ବିଚାରପତି ଏନ.ଭି ରମନା ୟୁପି ସରକାରଙ୍କ ଆଇନଜୀବୀଙ୍କୁ କହିଛନ୍ତି, ଲଖୀମପୁର ମାମଲାର ଯାଞ୍ଚ କରୁଥିବା ବିଚାରପତି ଜାମିନ ନାମଞ୍ଜୁର କରିବାକୁ ପରାମର୍ଶ ଦେଇଛନ୍ତି। ଏହା ପରେ ମଧ୍ୟ କାହିଁକି ଏପରି କରାଯାଇ ନ ଥିଲା ବୋଲି ପ୍ରଧାନ ବିଚାରପତି ପ୍ରଶ୍ନ କରିଛନ୍ତି।

ପ୍ରଧାନ ବିଚାରପତି କହିଛନ୍ତି ଯେ ଜାମିନ ବାତିଲ କରିବାକୁ ସୁପାରିଶ କରି ୟୁପି ମୁଖ୍ୟ ଗୃହ ସଚିବଙ୍କୁ ଏସଆଇଟି ଏକ ଚିଠି ଲେଖିଛି। ମାମଲାର ତଦାରଖ କରୁଥିବା ବିଚାରପତି ମଧ୍ୟ ସମାନ କଥା କହିଥିଲେ।

ଏନେଇ ୟୁପି ସରକାରଙ୍କ ଆଇନଜୀବୀ କହିଛନ୍ତି ଯେ ଏ ବାବଦରେ ତାଙ୍କ ପାଖରେ କୌଣସି ସୂଚନା ନାହିଁ। ମୁଁ ସେହି ରିପୋର୍ଟ ଦେଖି ନାହିଁ ।

ଏହାପୂର୍ବରୁ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ସୁପ୍ରିମକୋର୍ଟଙ୍କ ବିଜ୍ଞପ୍ତିର ଉତ୍ତର ଦେଇଛନ୍ତି। ୟୁପି ସରକାରଙ୍କୁ ସୁପ୍ରିମକୋର୍ଟ ପଚାରିଥିଲେ ଯେ ଆଶିଷ ମିଶ୍ରଙ୍କ ଜାମିନକୁ ହାଇକୋର୍ଟରେ ବିରୋଧ କରିଛନ୍ତି କି? ଏହା ଉପରେ ୟୁପି ସରକାର କହିଛନ୍ତି ଯେ ଲଖମୀପୁର ଖେରୀ ମାମଲାରେ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ଜାମିନ ଆବେଦନକୁ ତୀବ୍ର ବିରୋଧ କରାଯାଇଛି। ଆଶିଷ ମିଶ୍ରଙ୍କ ଜାମିନକୁ ବିରୋଧ କରି ମୃତ କୃଷକଙ୍କ ସମ୍ପର୍କୀୟଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ଏହା ଉପରେ କୋର୍ଟ ୟୁପି ସରକାରଙ୍କୁ ଏକ ନୋଟିସ ଜାରି କରିଥିଲେ ଯାହାର ଉତ୍ତରରେ ୟୁପି ସରକାର ଏହା କହିଛନ୍ତି।

ଏହା ବ୍ୟତୀତ ୟୁପି ସରକାର କୃଷକଙ୍କ ପରିବାର ସଦସ୍ୟଙ୍କ ଅଭିଯୋଗକୁ ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି ଯେ ଭିଭିଆଇପି ଯିବାକୁ ଅନୁମତି ଦିଆଯାଇଛି ଏବଂ ସାକ୍ଷୀଙ୍କୁ ସୁରକ୍ଷା ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri