କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲା ଭାଜପା, ସାମ୍ନାକୁ ଆସିଲା ଏହି ବଡ଼ କାରଣ

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନଙ୍କ ନାଁ ଘୋଷଣା ହେବା ପରେ ଚର୍ଚ୍ଚା ହେଉଛି କି ଭାଜପା କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ବାଝିଲା।
ସତ୍ତା ପଛରେ କ’ଣ ରହିଛି ସମୀକରଣ। ଆଉ ସେମିତି କିଛି ସମୀକରଣ କାମ କରିଛି ବୋଲି ଆକଳନ କରାଯାଉଛି। ପ୍ରଥମଟି ହେଉଛି ମୋହନ ଆଦିବାସୀ ଚେହେରା, ଦ୍ୱିତୀୟରେ ଉତ୍ତର ଓଡ଼ିଶାକୁ ପ୍ରତିନିଧିତ୍ୱ, ଆଉ ତୃତୀୟରେ ପଡୋଶୀ ରାଜ୍ୟରେ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ଭାଜପା ମୋହନଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ବାଛିଛି।

ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି। ଭାଜପାର ନବର୍ନିବାଚିତ ବିଧାୟକମାନଙ୍କୁ ନେଇ ଦଳର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝିଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନିମନ୍ତେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ସେହିପରି ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓ ଏବଂ ଦଳର ପ୍ରମୁଖ ନେତ୍ରୀ ତଥା ପୁରୀ ଜିଲା ନିମାପଡ଼ା ବିଧାନସଭା ଆସନରୁ ର୍ନିବାଚିତ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri