କାହିଁକି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା: କ’ଣ ହେଲା ଆଲୋଚନା, ଅପରାଜିତା କହିଲେ…

ଭୁବନେଶ୍ୱର,୧୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ତେବେ ସେ ସଂସଦୀୟ କ୍ଷେତ୍ରରେ ଅଟକି ରହିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ଭୁବନେଶ୍ୱର ସହରର ଡ୍ରେନେଜ ସମସ୍ୟା ସହ ୪ଟି ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରି ଲିଖିତ ଜଣାଇଛନ୍ତି। ଜଟଣୀ ବିଞ୍ଝାଗିରୀରେ ୨୦ ଏକରରେ ସେଣ୍ଟ୍ରାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ ଅପ୍‌ ୟୋଗା ଆଣ୍ଡ ନ୍ୟାଚୁରୋପାଥି ପ୍ରତିଷ୍ଠା ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହି ପ୍ରତିଷ୍ଠାନ ପାଇଁ କେନ୍ଦ୍ର ଆୟୁଷ ବିଭାଗ ପକ୍ଷରୁ ପୂର୍ବରୁ ଅନୁଦାନ ସହ ଅନୁମୋଦନ ବି ମିଳିସାରିଛି।
ସେହିପରି ଗତ ୧୦ ତାରିଖରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାବତଙ୍କୁ ଭେଟି ଭୁବନେଶ୍ୱରରେ ନ୍ୟାସନାଲ ଗ୍ୟାଲେରୀ ଅଫ ମର୍ଡନ ଆର୍ଟ ପ୍ରତିଷ୍ଠା ସମ୍ପର୍କରେ ପ୍ରସ୍ତାବ ମଧ୍ୟ ରଖିଥିଲେ। ଏହି ପ୍ରସଙ୍ଗରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ଅପରାଜିତା। ଏହାବ୍ୟତୀତ ଖୋର୍ଦ୍ଧାସ୍ଥିତ ଉଗ୍ରତାରାଙ୍କ ମନ୍ଦିର ପାଇଁ ଆବଶ୍ୟକ ୨୦ ଏକର ଜମି ଯୋଗାଇ ନ ଦେବାରୁ କାମ ଅଟକି ରହିଥିବାବେଳେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି।
ପଳାଶୁଣି ନିକଟରେ ହୋଲସେଲ ମାଛ ମାର୍କେଟ ହୋମ ପାଇଁ ଜମି ଚିହ୍ନଟ ହୋଇଥିଲେ ବି ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନି। ଫଳରେ ଅନୁଦାନ ଖର୍ଚ୍ଚ ନହୋଇ ପଡ଼ିରହିଛି । ତେବେ ତୁରନ୍ତ ଫାଇନାଲ ଡିପିଆର୍‌ ପାଇଁ ବିଏମ୍‌ସି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଅପରାଜିତା ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।
ଅନ୍ୟପକ୍ଷେ ଅପରାଜିତା କହିଛନ୍ତି, ପୂର୍ବ ସରକାରଙ୍କ ଅପାରଗତା ପାଇଁ ଏସବୁ ପ୍ରକଳ୍ପ ଅଧପନ୍ତରିଆ ହୋଇପଡ଼ିରହିଛି ତେବେ ଏନେଇ ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri